Friday, March 13, 2026
22.3 C
Odisha

    ସଦସ୍ୟତା ଅଭିଯାନକୁ ସର୍ବସ୍ପର୍ଶୀ ଓ ସର୍ବସମାବେଶୀ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନକୁ ଆହୁରି ଗତିଶୀଳ କରାଯିବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୩୦/୦୯: ସମ୍ପୂର୍ଣ୍ଣ ରାଷ୍ଟ୍ରବାଦ, ଜାତୀୟତାବାଦରେ ବିଶ୍ୱାସ କରୁଥିବା ଭାରତୀୟ ଜନତା ପାର୍ଟି ହେଉଛି ବିଶ୍ୱର ସବୁଠୁ ବଡ଼ ରାଜନୈତିକ ଦଳ । ସମସ୍ତଙ୍କୁ ସାଙ୍ଗରେ ନେଇ ଏକ ବିଚାରଧାରାରେ ବିଶ୍ୱାସ ରଖି ଛିଡ଼ା ହୋଇଥିବା ଏହି ଦଳ ବହୁ ସଂଘର୍ଷ, ତପସ୍ୟା ପରେ ୧୮ କୋଟିରୁ ଉର୍ଦ୍ଧ୍ୱ ସଦସ୍ୟ ସହିତ ଆଜି ବିଶ୍ୱର ଏକ ନମ୍ବର ରାଜନୈତିକ ଦଳ ହୋଇପାରିଛି । ଗଣତାନ୍ତ୍ରୀକ ପ୍ରକ୍ରିୟାରେ ପ୍ରତି ୬ ବର୍ଷରେ ସଦସ୍ୟ ସଂଗ୍ରହ କରାଯାଏ । ପ୍ରଥମେ ପ୍ରାଥମିକ ସଦସ୍ୟ ହେବା ପରେ କାର୍ଯ୍ୟକର୍ତାମାନେ ସକ୍ରିୟ ସଦସ୍ୟ ହୁଅନ୍ତି । ଏହାପରେ ମଣ୍ଡଳ, ଜିଲ୍ଲା, ରାଜ୍ୟ ଏବଂ ରାଷ୍ଟ୍ରୀୟସ୍ତରୀୟ କମିଟି ନିର୍ବାଚନ ହୁଏ । ଚଳିତ ଥର ସଦସ୍ୟତା ଅଭିଯାନ – ୨୦୨୪ ଗତ ସେପ୍ଟେମ୍ବର ୨ ତାରିଖରୁ ଦେଶବ୍ୟାପୀ ଆରମ୍ଭ ହେବା ପରେ ପ୍ରଥମେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଦସ୍ୟ ହୋଇଥିଲେ । ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ସଦସ୍ୟ ସଂଗ୍ରହ କରାଯାଉଛି । ସଦସ୍ୟତା ଅଭିଯାନକୁ ୨ଟି ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକର୍ତାମାନେ ନିଜ ନିଜ ବୁଥ୍‌ରେ ସଦସ୍ୟତା ଅଭିଯାନରେ ସାମିଲ ହୋଇଥିଲେ । ଏହି ଅଭିଯାନକୁ ସର୍ବସ୍ପର୍ଶୀ ଓ ସର୍ବସମାବେଶୀ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନକୁ ଆହୁରି ଗତିଶୀଳ କରାଯିବ । ସମାଜର ସବୁଠାରୁ ତଳ ପାହାଚରେ ଥିବା ଲୋକଙ୍କ ସେବା କରିବା ଏବଂ ସେମାନଙ୍କୁ ଦଳର ବିଚାରଧାରା ସହ ଯୋଡ଼ିବା ସହିତ ସମାଜର ସବୁ ବର୍ଗ ଓ ସବୁସ୍ତରର ଲୋକଙ୍କୁ ସାଙ୍ଗରେ ନେଇ ଦଳକୁ ଆହୁରି ଶକ୍ତିଶାଳୀ କରାଯିବ । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟର ସମୀକ୍ଷା ହେବା ସହିତ ଆସନ୍ତା ଅକ୍ଟୋବର ୧ ରୁ ୧୫ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ସଦସ୍ୟତା ଅଭିଯାନ ପାଇଁ ରୂପରେଖ ପ୍ରସ୍ତୁତ କରାଯାଇଛି ।
    ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ମନ୍ତ୍ରୀ ରବି ନାରାୟଣ ନାଏକ, ଡ.ମୁକେଶ ମହାଲିଙ୍ଗ, ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ରାଜ୍ୟ ସଦସ୍ୟତା ପ୍ରଭାରୀ ଶ୍ରୀ ଅଶୋକ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ସଦସ୍ୟତା ଅଭିଯାନ ଦାୟୀତ୍ୱରେ ଥିବା ସମସ୍ତ ପଦାଧିକାରୀ, ସାଂସଦ, ବିଧାୟକ, ବିଭିନ୍ନ ମୋର୍ଚ୍ଚା ଓ ପ୍ରକୋଷ୍ଠର ପଦାଧିକାରୀମାନେ ଆଜିର ବୈଠକରେ ଉପସ୍ଥିତ ଥିଲେ । ବୁଥ୍ ଠାରୁ ଆରମ୍ଭ କରି ରାଜ୍ୟ ପର୍ଯ୍ୟନ୍ତ ସମସ୍ତ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାମାନେ ବିଭିନ୍ନ ସାମାଜିକ ସଂଗଠନ, କ୍ଲବ, ମହାବିଦ୍ୟାଳୟ, ରେଳ ଓ ବସ ଷ୍ଟାଣ୍ଡ, ପୂଜା ମଣ୍ଡପ, ପ୍ରମୁଖ ଛକମାନଙ୍କରେ କ୍ୟାମ୍ପ କରି ଲୋକମାନଙ୍କୁ ବିଜେପିର ସଦସ୍ୟତା କରିବେ ।
    ଗଣତାନ୍ତ୍ରିକ ବ୍ୟବସ୍ଥାରେ ବିଶ୍ୱାସ ରଖୁଥିବା ଏହି ଦଳର ଆତ୍ମା ହେଉଛନ୍ତି ‘ସଦସ୍ୟ’ । ସରକାର ଓ ସଙ୍ଗଠନ ମଧ୍ୟରେ ସମନ୍ୱୟ ରଖି ଲୋକଙ୍କ ସେବା କରିବା ହେଉଛି ବିଜେପିର ଲକ୍ଷ୍ୟ । ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନ ସକାଶେ ବିଜେପି ସହିତ ଯୋଡି ହେବା ପାଇଁ ସାଧାରଣ ଜନତାଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଆହ୍ୱାନ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    20 %
    1kmh
    0 %
    Fri
    38 °
    Sat
    39 °
    Sun
    39 °
    Mon
    38 °
    Tue
    37 °

    ସମ୍ବନ୍ଧିତ