Saturday, March 14, 2026
23.2 C
Odisha

    ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜୀବନରୁ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ

    ଆଗକୁ ପଢନ୍ତୁ

    ବେଗୁନିଆ: ବେଗୁନିଆର ବିଜେପି ବିଧାୟକ ପ୍ରାର୍ଥୀ ପ୍ରକାଶ ଚନ୍ଦ୍ର ରଣବିଜୁଳିଙ୍କୁ ଖୋର୍ଦ୍ଧାରେ ଆକ୍ରମଣ ଅଭିଯୋଗ । ତାଙ୍କୁ ଜୀବନରେ ମାରିଦେବାକୁ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ଓ ତାଙ୍କ ସମର୍ଥକ ଧମକ ଦେଇଥିବା ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି ।

    ଅଭିଯୋଗ ଅନୁଯାୟୀ ଗତକାଲି ମଧ୍ୟାହ୍ନରେ ବେଗୁନିଆରେ ୨୦୨୪ ନିର୍ବାଚନରେ ବିଜେପି ପକ୍ଷରୁ ବିଧାୟକ ପ୍ରାର୍ଥୀ ହୋଇଥିବା ପ୍ରକାଶ ଚନ୍ଦ୍ର ରଣବିଜୁଳି ବେଗୁନିଆର କିଛି ଚାଷୀଙ୍କ ମଣ୍ଡି ସମସ୍ୟା ନେଇ ଖୋର୍ଦ୍ଧା ଡିଆରସିଏସଙ୍କ କାର୍ଯ୍ୟାଳୟକୁ ଯାଇଥିଲେ । ସେଠାରେ ଅଫିସ ଭିତରୁ ବାହାରୁ ଥିବା ବେଳେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବଙ୍କ କିଛି ସମର୍ଥକ ଆସି ତାଙ୍କୁ ଆକ୍ରମଣ କରିଥିଲେ । ଏଥି ସହିତ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ସେହି ସମୟରେ ଫୋନରେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ । ଏନେଇ ପ୍ରକାଶ ଖୋର୍ଦ୍ଧା ଟାଉନ ଥାନାରେ ଅଭିଯୋଗ କରିଛନ୍ତି । ଅନ୍ୟପଟେ ଏହି ଘଟଣାକୁ ନେଇ ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    50 %
    2.3kmh
    0 %
    Fri
    23 °
    Sat
    38 °
    Sun
    38 °
    Mon
    39 °
    Tue
    38 °

    ସମ୍ବନ୍ଧିତ