Wednesday, October 23, 2024
21.7 C
Odisha

    ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ଆଜି; ୮ ରାଜ୍ୟର ଲୋକସଭା ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇପାରେ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବିଜେପିର ସିଇସି ଅର୍ଥାତ୍ କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସୁଛି । ଏଥିରେ ଓଡ଼ିଶା ସମ୍ପର୍କରେ ଆଲୋଚନା ହେବ । ବିଜେପିର ରାଜ୍ୟ ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ହୋଇଥିବା ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଯାଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଓଡ଼ିଶା ସମେତ ୮ ରାଜ୍ୟର ଲୋକସଭା ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇପାରେ ବୋଲି କୁହାଯାଉଛି ବିଜେପି ପ୍ରଥମ ପର୍ଯ୍ୟାୟରେ ୧୯୫ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୭୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । କିନ୍ତୁ ୨୬୭ ଆସନ ମଧ୍ୟରୁ ଓଡ଼ିଶାର କୌଣସି ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ନଥିଲା । ଆଉ ଚର୍ଚ୍ଚା ହେଉଥିଲା ବିଜେଡି-ବିଜେପି ମେଣ୍ଟ ପାଇଁ ନାଁ ଘୋଷଣା ବିଳମ୍ବ ହେଉଛି । ତେବେ ମେଣ୍ଟ ଚର୍ଚ୍ଚା ଭିତରେ ଯେଉଁ ଯେଉଁ ଆସନ ବିଜେପି ଭାଗରେ ପଡିବା ଏକ ପ୍ରକାର ନିଶ୍ଚିତ ସେହି, ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିପାରେ ବୋଲି ଚର୍ଚ୍ଚା ହେଉଛି । ଏପଟେ କିନ୍ତୁ ବିଜେପି ବିଧାୟକ କହିଛନ୍ତି, ଆମେ ୧୪୭ ବିଧାନସଭା ଓ ୨୧ ଲୋକସଭା ପାଇଁ ପ୍ରସ୍ତୁତ ହେଉଛି । ପ୍ରାର୍ଥୀଙ୍କ ସମ୍ଭାବ୍ୟ ତାଲିକା ପ୍ରସ୍ତୁତ ହେଉଛି । ତେବେ ପ୍ରାର୍ଥୀ ତାଲିକା ଯେତେ ବିଳମ୍ବ ହେବ, ମେଣ୍ଟ ଚର୍ଚ୍ଚା ସେତେ ଅଧିକ ହେବ ବୋଲି ରାଜନୀତି ସମୀକ୍ଷକ କହିଛନ୍ତି । ତେଣୁ, ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର କୌଣସି ନେତାଙ୍କ ନାଁ ଘୋଷଣା ହେଉଛି କି ଆହୁରି ବିଳମ୍ବ ହେବ ତା ଉପରେ ସମସ୍ତଙ୍କ ନଜର ରହିଛି ।।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.7 ° C
    21.7 °
    21.7 °
    69 %
    1.8kmh
    100 %
    Wed
    22 °
    Thu
    25 °
    Fri
    26 °
    Sat
    25 °
    Sun
    22 °

    ସମ୍ବନ୍ଧିତ