Thursday, April 2, 2026
37.1 C
Odisha

    ଆସନ୍ତାକାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେ ପି ନଡ୍ଡା ଆସନ୍ତାକାଲି ଓଡ଼ିଶା ଆସିବେ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
    ମନମୋହନ ସାମଲ  କହିଛନ୍ତି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସି ପାର୍ଟି ଅଫିସରେ ପହଞ୍ଚିବେ। ଏଠାରେ ବିଜେପି ସାଂସଦ, ବିଧାୟକ ଓ ଦଳୀୟ କର୍ମକର୍ତ୍ତାମାନଙ୍କ ସହ ତାଙ୍କର ଆଲୋଚନା କାର୍ଯ୍ୟକ୍ରମ ରହିଛି।

    ତେବେ ବିଜେପିର ସଦସ୍ୟତା ଅଭିଯାନ ଚାଲିଥିବା ବେଳେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତ ଯଥେଷ୍ଟ ଗୁରୁତ୍ବ ବହନ କରୁଛି। ସେ ପୂର୍ବାହ୍ନ ୧୧ଟାରୁ ୧ଟା ଯାଏ ବିଜେପି ପାର୍ଟି ଅଫିସରେ ରହିବେ ବୋଲି ଜଣାଯାଇଛି। ଏହି ସମୟରେ ଦଳୀୟ କର୍ମକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେବେ।

    ଆସନ୍ତାକାଲି ସନ୍ଧ୍ୟା୍ରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    23 %
    0.8kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ