Saturday, September 19, 2026
24.2 C
Odisha

    ଅସୁସ୍ଥ ହୋଇ ଏମ୍ସରେ ଭର୍ତ୍ତି ହେଲେ ବିଜେପିର ବରିଷ୍ଠ ନେତା ଏଲ୍‌ କେ ଆଡଭାନୀ

    ଆଗକୁ ପଢନ୍ତୁ

    ନୂଆଦିଲ୍ଳୀ: ଅସୁସ୍ଥ ହେଲେ ବିଜେପିର ବରିଷ୍ଠ ନେତା ନେତା ଲାଲ କୃଷ୍ଣ ଆଡଭାନୀ। ସେ ଅସୁସ୍ଥ ହେବା ପରେ ତ‌ାଙ୍କୁ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ସୂତ୍ରରୁ ପ୍ରକାଶ। ୯୬ ବର୍ଷୀୟ ନେତାଙ୍କୁ ଦିଲ୍ଲୀର ଏମ୍ସ ବିଭାଗର ବାର୍ଦ୍ଧକ୍ୟ ବିଭାଗର ଡାକ୍ତରଙ୍କ ତତ୍ତ୍ବାବଧାନରେ ରଖାଯାଇଛି। ସେ ସ୍ଥିର ଅଛନ୍ତି ଏବଂ ତୀକ୍ଷ୍ଣ ନଜରରେ ଅଛନ୍ତି ବୋଲି ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି।

    ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତ ରତ୍ନ ପାଇବାର ହେବାର ମାତ୍ର ତିନି ମାସ ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀରେ ତାଙ୍କ ବାସଭବନରେ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାଦ ପ୍ରେରଣ କରିଥିଲେ। ଏହି ଆନୁଷ୍ଠାନିକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହା ଏବଂ ଏଲ.କେ ଆଡଭାନୀଙ୍କ ପରିବାର ସଦସ୍ୟ ଯୋଗ ଦେଇଥିଲେ।

    ଏଲ.କେ ଆଡଭାନୀ ଜୁନ୍ ୨୦୦୨ ରୁ ମେ ୨୦୦୪ ପର୍ଯ୍ୟନ୍ତ ଭାରତର ଉପପ୍ରଧାନମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ଏବଂ ଅକ୍ଟୋବର ୧୯୯୯ ରୁ ମେ ୨୦୦୪ ପର୍ଯ୍ୟନ୍ତ କେନ୍ଦ୍ର ଗୃହମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ସେ ଏକାଧିକ ଥର ବିଜେପିର ସଭାପତି ଥିଲେ।

    ଭାରତ ରତ୍ନ ଗ୍ରହଣ ବେଳକୁ ବି ଆଡ୍‌ଭାନୀ ଅସୁସ୍ଥ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ପୂର୍ବତନ ଉପପ୍ରଧାନମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କ ଘରକୁ ଯାଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ‌ଘରେ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    88 %
    0.9kmh
    100 %
    Sat
    30 °
    Sun
    30 °
    Mon
    29 °
    Tue
    30 °
    Wed
    27 °

    ସମ୍ବନ୍ଧିତ