Saturday, May 18, 2024
31.4 C
Odisha

    ମାର୍ଚ୍ଚ ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ଯାୟରେ ଏହା ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ଆରମ୍ଭ ହେବ । ପରେ ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ । ଏଥିରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ବିଏସକେୱାଇର ଏହି ତୃତୀୟ ପର୍ଯ୍ୟାୟରେ ଗ୍ରାମାଞ୍ଚଳ ଲୋକଙ୍କୁ ଜଟିଳ ରୋଗ ପାଇଁ ମିଳିବ ମାଗଣା ଚିକିତ୍ସା । ସେହିଦିନ ନବୀନ ମ୍ୟାଜିକ କାର୍ଡ ଓ୍ବେବସାଇଟରେ ପଞ୍ଜୀକରଣ ମଧ୍ୟ ଆରମ୍ଭ ହେବ । ରାଜ୍ୟରେ ଅର୍ଥ ଅଭାବରୁ କେହି ବି ଉତ୍ତମ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭ କରିଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା । ଆସନ୍ତା ୬ ତାରିଖରେ ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ)ର ତୃତୀୟ ପର୍ଯ୍ୟାୟ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରୁ ବଞ୍ଚିତ ହୋଇଥିବା ଗାଁ ଗହଳିର ଲୋକଙ୍କୁ ଏହି ପର୍ଯ୍ୟାୟରେ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ । ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କ ବ୍ୟତୀତ ଗାଁରେ ବିଏସକେୱାଇରୁ ବଞ୍ଚିତ ସବୁ ପରିବାର ବିଏସକେଓ୍ବାଇ ନବୀନ କାର୍ଡ ପାଇବେ । ସେମାନେ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଜଟିଳ ରୋଗଗୁଡିକର ମାଗଣା ଚିକିତ୍ସା ସୁବିଧା ପାଇବେ । ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର ସାମିଲ ହେବାକୁ ଯାଉଛନ୍ତି । ଯାହାକି ରାଜ୍ୟ ଜନସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    31.4 ° C
    31.4 °
    31.4 °
    44 %
    1kmh
    95 %
    Sat
    31 °
    Sun
    39 °
    Mon
    41 °
    Tue
    42 °
    Wed
    39 °

    ସମ୍ବନ୍ଧିତ