Monday, October 5, 2026
22.4 C
Odisha

    ପୁଣି ବଢ଼ିଲା BSKY ନବୀନ କାର୍ଡ ଆବେଦନ ଅବଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୁଣି ବଢିଲା BSKY- ନବୀନ କାର୍ଡ ପଞ୍ଜୀକରଣ ଅବଧି । ଜାନୁଆରୀ ୨୬ରେ BSKY ନବୀନ କାର୍ଡ ଆବେଦନ ଶେଷ ହୋଇଥିଲେ ମଧ୍ୟ ଗ୍ରାମାଞ୍ଚଳ ଲୋକଙ୍କ ସୁବିଧା ପାଇଁ ପୁଣି ଆବେଦନ ବଢାଇଛନ୍ତି ରାଜ୍ୟ ସରକାର। ଫେବ୍ରୁଆରୀ ୮ତାରିଖ ଯାଏଁ ଆବେଦନ ଅବଧି ବଢାଯାଇଛି। କୌଣସି ବି ଯୋଗ୍ୟ ହିତାଧିକାରୀ ଯେପରି ଏହି କାର୍ଡ ପାଇବାରୁ ବଞ୍ଚିତ ନହେବେ, ତାହାକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ଅବଧି ବୃଦ୍ଧି ନେଇ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ପରେ ଆଜିଠୁ ପୁଣିଥରେ ଆବେଦନ ଆରମ୍ଭ ହୋଇଛି। BSKY ନବୀନ କାର୍ଡ ଆବେଦନ ଅବଧି ଦ୍ବିତୀୟ ଥର ପାଇଁ ବୃଦ୍ଧି କରାଯାଇଛି। ଏହାପୂର୍ବରୁ ଥରେ ଆବେଦନ ତାରିଖ ବୃଦ୍ଧି କରାଯାଇଥିଲା। ଜାନୁଆରୀ ୬ ତାରିଖରୁ BSKY ନବୀନ କାର୍ଡ ଲାଗି ଅନ୍‌ଲାଇନ୍‌ ପଞ୍ଜୀକରଣ ଆରମ୍ଭ କରାଯାଇ ଜାନୁୟାରୀ ୧୬ ତାରିଖରେ ଶେଷ ହେବାର ଥିଲା। କିନ୍ତୁ ଏହାପରେ ପୁଣି ଏହି ଅବଧି ବୃଦ୍ଧି କରାଯାଇ ଜାନୁଆରୀ ୨୬ ତାରିଖ ଯାଏଁ ରଖାଯାଇଥିଲା। ତେବେ ଆଜି ପୁଣି ଥରେ BSKY ନବୀନ କାର୍ଡ ଆବେଦନ ତାରିଖକୁ ବୃଦ୍ଧି କରାଯାଇ ଫେବ୍ରୁଆରୀ ୮ତାରିଖ ରଖାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ