Monday, September 14, 2026
29.6 C
Odisha

    ଜାନୁଆରୀ ୬ରୁ BSKY ନବୀନ କାର୍ଡ ପାଇଁ ଅନଲାଇନ ପଞ୍ଜିକରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାନୁଆରୀ ୬ରୁ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଅନଲାଇନ ପଞ୍ଜୀକରଣ ଆରମ୍ଭ। ଜାନୁଆରୀ ୧୬ ତାରିଖ ଯାଏ ଖୋଲା ରହିବ ପୋର୍ଟାଲ। ଯେଉଁ ହିତାଧିକାରୀ ବିଏସକେଓ୍ବାଇ କାର୍ଡ ପାଇନାହାନ୍ତି ସେମାନେ ନାମ ପଞ୍ଜୀକରଣ କରିପାରିବେ। ସରକାରୀ କର୍ମଚାରୀ, ସରକାରୀ ପେନସନ ଉପଭୋକ୍ତା ଓ କରଦାତାମାନେ ଏଥିଲାଗି ଉପଯୁକ୍ତ ବିବେଚିତ ହେବେ ନାହିଁ। ଅନଲାଇନ ପଞ୍ଜୀକରଣ ଲାଗି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଲାଗି ଆହ୍ବାନ ଦିଆଯାଇଛି। ବର୍ତ୍ତମାନ ବିଏସକେଓ୍ବାଇ ଅନ୍ତର୍ଭୁକ୍ତ ହୋଇ ନଥିବା ବ୍ୟକ୍ତିମାନେ ବିଏସକେଓ୍ବାଇ ନବୀନ କାର୍ଡ ଲାଗି ଯୋଗ୍ୟ ବିବେଚିତ ହେବ। ହିତାଧିକାରୀମାନେ ତାଲିକାଭୁକ୍ତ ଘରୋଇ ହସ୍ପିଟାଲରେ ନିର୍ଦ୍ଧାରିତ ଗୁରୁତର ଅର୍ଥାତ କ୍ରିଟିକାଲ ରୋଗଗୁଡିକ ଲାଗି ଦେୟମୁକ୍ତ ଚିକିତ୍ସା ପାଇପାରିବେ। ବିଏସକେଓ୍ବାଇ ନବୀନ କାର୍ଡରେ ପ୍ତି ପରିବାର ପାଇଁ ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟଙ୍କ ଲାଗି ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା ରହିଛି। ହିତାଧିକାରୀମାନେ ଆସନ୍ତା ମେ ୧ ତାରିଖଠାରୁ ଏହି ସୁବିଧା ପାଇବେ। ହିତାଧିକାରୀମାନେ www.bskynabin.odisha.gov.in ପୋର୍ଟାଲରେ ଆବେଦନ କରିପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.6 ° C
    29.6 °
    29.6 °
    65 %
    2.1kmh
    11 %
    Mon
    29 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ