Sunday, October 18, 2026
24.8 C
Odisha

    ବଜେଟରେ ବଡ଼ ଘୋଷଣା, ଆୟକର ଛାଡ ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : କେନ୍ଦ୍ର ବଜେଟରେ ମଧ୍ୟବିତ୍ତଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ । ଆୟକର ଛାଡ଼ସୀମା ୧୨ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଛି । ଆୟକର ରିଟର୍ଣ୍ଣ ଫାଇଲ୍ କରିବାର ସମୟସୀମାକୁ ୨ ବର୍ଷରୁ ୪ ବର୍ଷକୁ ବୃଦ୍ଧି କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏହି ଘୋଷଣା କରିଛନ୍ତି। ଆୟକର ସୀମା ବଢିବା ଦ୍ବାରା ଲୋକଙ୍କ ପାଖରେ ଅଧିକ ଅର୍ଥ ରହିବ ଓ ସେମାନେ ଅଧିକ ଖର୍ଚ୍ଚ କରିବ । ଏହା ଦ୍ବାରା ଅର୍ଥନୈତିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ଦ୍ବାରା ଅଭିବୃଦ୍ଧି ତ୍ବରାନ୍ବିତ ହେବ ।

    ଆୟକର ସ୍ଲାବ୍
    ୧୨ ଲକ୍ଷ ପର୍ଯ୍ୟନ୍ତ – କିଛି ନାହିଁ
    ୧୨ରୁ ୧୬ ଲକ୍ଷ ପର୍ଯ୍ୟନ୍ତ ଆୟ – ୧୫ ପ୍ରତିଶତ
    ୧୬ରୁ ୨୦ ଲକ୍ଷ ପର୍ଯ୍ୟନ୍ତ ଆୟ – ୨୦ ପ୍ରତିଶତ
    ୨୦ରୁ ୨୪ ଲକ୍ଷ ପର୍ଯ୍ୟନ୍ତ ଆୟ – ୨୫ ପ୍ରତିଶତ
    ୨୪ ଲକ୍ଷରୁ ଅଧିକ ଆୟ – ୩୦ ପ୍ରତିଶତ
    ବଜେଟରେ ଆୟକରକୁ ନେଇ ଏକ ବଡ ନିଷ୍ପତି ନିଆଯାଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ ଆସନ୍ତା ସପ୍ତାହରେ ଏକ ନୂତନ ଆୟକର ବିଲ୍ ଆଗତ କରାଯିବ। ଆୟକର ପାଇଁ ନୂଆ ଆଇନ ପ୍ରଣୟନ କରାଯିବ। ଆୟକର ନିୟମରେ ବଡ଼ ଧରଣର ପରିବର୍ତ୍ତନ ହେବ। ତେବେ ଏହା ଟିକସ ସ୍ଲାବ ସହ ଜଡିତ ହେବ ନାହିଁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    78 %
    1.5kmh
    100 %
    Sun
    24 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ