Saturday, April 11, 2026
37.5 C
Odisha

    ମହିଳା, ଶିଶୁ ବିକାଶ ଓ ମିସନ ଶକ୍ତି ପାଇଁ ୧୭,୯୪୨ କୋଟିର ବ୍ୟୟବରାଦ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ମହିଳା, ଶିଶୁ ବିକାଶ ଓ ମିସନ ଶକ୍ତି ପାଇଁ ୧୭,୯୪୨ କୋଟିର ବ୍ୟୟବରାଦ କରିଛନ୍ତି। ଏଥିରେ ସୁଭଦ୍ରା ଯୋଜନାରେ ୧୦,୦୦୦, ମମତା ଓ ପ୍ରଧାନମନ୍ତ୍ରୀ ମହିଳା ବିକାଶ ଯୋଜନାରେ ୫୨୧ କୋଟି, ପୋଷଣ ଅଭିଯାନରେ ୨୯୫ କୋଟି ସାମିଲ ରହିଛି। ସେହିପରି ମିସନ ଶକ୍ତି ଯୋଜନାରେ ୧୧୭୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି।

    ରାଜ୍ୟ ସରକାର ସୁଭଦ୍ରା ଯୋଜନା ପାଇଁ ଆର୍ଥିକ ବର୍ଷ ୨୦୨୪-୨୫ରେ ୧୦ ହଜାର କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।  ଏହି ଯୋଜନା ମହିଳାମାନଙ୍କ ମଧ୍ୟରେ ଉଦ୍ୟୋଗ ବିକାଶ, ମହିଳା ସଶକ୍ତୀକରଣ ଓ ଆର୍ଥିକ ସ୍ୱାଧୀନତା ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୃଢୀଭୂତ କରିବ। ଏହି ପଦକ୍ଷେପକୁ କାର୍ଯ୍ୟକାରୀ କରିବା ପାଇଁ ବଜେଟରେ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି।

    ସେହିପରି ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ପାଇଁ ଶିଳ୍ପ ପୁଞ୍ଜର ପ୍ରତିଷ୍ଠା, ଉତ୍ପାଦିତ ଦ୍ରବ୍ୟ ଗୁଡିକର ବିପଣନ ଓ ପ୍ରଚାର ପ୍ରସାର ନିମନ୍ତେ ୨୦୨୭ ସୁଦ୍ଧା ଓଡିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରିବାର ଲକ୍ଷ୍ୟ ରହିଛି। ଜାତୀୟ ଗ୍ରାମୀଣ ଜୀବିକା ମିସନ ଅଧିନସ୍ଥ ଜୀବିକା ସଂଯୋଜକ ପଦକ୍ଷେପ ଗୁଡିକାର ସହାୟତାରେ ଏକ ଲକ୍ଷରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ଗୁଡିକ ମାଧ୍ୟମରେ ସରକାରୀ ଦ୍ରବ୍ୟ ଓ ସେବା ଆହରଣ, ଗୁରୁତ୍ୱପୂର୍ଣ୍ଣ ସରକାରୀ ବ୍ୟବସାୟ ସୃଷ୍ଟି ଏବଂ ଅଧିକ ଆୟ ଓ ଜୀବିକା ଅର୍ଜନ ସୁଯୋଗ ସୃଷ୍ଟି କରାଯାଇ ଅଧିକ ସଂଖ୍ୟକ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ଏଥି ପାଇଁ ବଜେଟରେ ୧ ହଜାର ୧ ଶହ ୬୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.5 ° C
    37.5 °
    37.5 °
    10 %
    4.3kmh
    0 %
    Sat
    37 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ