Saturday, July 27, 2024
24.6 C
Odisha

    ଦେଶରେ ଲାଗୁ ହେଲା ନାଗରିକତା ସଂଶୋଧନ ଆଇନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ସିଏଏ ନେଇ ଆଜି କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଏହି ଆଇନ ଅନୁଯାୟୀ ବାଂଲାଦେଶ, ପାକିସ୍ତାନ ଓ ଆଫଗାନିସ୍ତାନରୁ ୩୧ ଡିସେମ୍ବର ୨୦୧୪ ପୂର୍ବରୁ ଭାରତ ଆସିଥିବା ହିନ୍ଦୁ, ଶିଖ, ଜୈନ, ବୌଦ୍ଧ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ଭଳି ଅଣ ମୁସଲମାନଙ୍କୁ ଭାରତୀୟ ନାଗରିକତା ପ୍ରଦାନ କରାଯିବ । ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ ଲାଗୁ ହେବ ବୋଲି ଶାହ ପୂର୍ବରୁ କହିଥିଲେ । ୨୦୧୯ରେ ସିଏଏ ଆଣିଥିଲେ ମୋଦୀ ସରକାର । ତେବେ ଏହି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀ ସହ ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ଯୋଗୁଁ ଏହାକୁ ସରକାର ଲାଗୁ କରି ନ ଥିଲେ । ସିଏଏ ମାଧ୍ୟମରେ ସରକାର ସେହି ଲୋକମାନଙ୍କୁ ନାଗରିକତା ଦେବାକୁ ଚାହୁଁଛନ୍ତି ଯେଉଁମାନେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଉତ୍ପୀଡନ ସହିବା ପରେ ଭାରତର ଶରଣ ନେଇଛନ୍ତି । ଏହା କୌଣସି ଭାରତୀୟଙ୍କ ନାଗରିକତା ଛଡାଇ ନେବନାହିଁ ବୋଲି ପୂର୍ବରୁ ଗୃହମନ୍ତ୍ରୀ କହିଥିଲେ। ଶାହା ଆହୁରି କହିଥିଲେ ଯେ, ନାଗରିକତା ପ୍ରଦାନ ପାଇଁ ସିଏଏ ଅଣାଯାଇଛି, କାହାର ନାଗରିକତା ନେବା ପାଇଁ ନୁହେଁ । ଆମ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ଆମର ମୁସଲମାନ ସମ୍ପ୍ରଦାୟକୁ ସିଏଏ ଆଇନ ନେଇ ବିଭ୍ରାନ୍ତ କରାଯାଉଛି। ସିଏଏ କାହାର ନାଗରିକତା ଛଡ଼ାଇ ନେବ ନାହିଁ । କାରଣ ଆଇନରେ ଏମିତି କୌଣସି ବ୍ୟବସ୍ଥା ନାହିଁ । ବାଂଲାଦେଶ ଏବଂ ପାକିସ୍ଥାନରେ ନିର୍ଯାତିତ ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କରିବା ‘ସିଏଏ’ର ଉଦ୍ଦେଶ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ