Wednesday, September 30, 2026
23.3 C
Odisha

    ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ତିନିଟି ବଡ଼ ନିଷ୍ପତ୍ତିରେ ମୋହର ବାଜିଛି।
    ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ରାଜ୍ୟ ୟୁନିଫର୍ମ ସର୍ଭିସରେ ୧୦% ସ୍ଥାନ ସଂରକ୍ଷଣକୁ ମଞ୍ଜୁରୀ ମିଳିଛି। ୧ ବର୍ଷ ଟ୍ରେନିଂ ଓ ୪ ବର୍ଷ ଚାକିରି ପରେ ବି ନିଯୁକ୍ତି ମିଳିବ। ପୁଲିସ, ଅଗ୍ନିଶମ ଓ ବନବିଭାଗରେ ୧୦% ସଂରକ୍ଷଣ ରହିବାର ବ୍ୟବସ୍ଥା ରହିଥିବା ନେଇ ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା ସୂଚନା ଦେଇଛନ୍ତି।
    ଏଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ ଏଣିକି ଝିଅଙ୍କୁ ବି ମିଳିବ ଚାକିରି। ଅବିବାହିତା ଝିଅଙ୍କୁ ନିଯୁକ୍ତି ପାଇଁ କ୍ୟାବିନେଟ୍‌ରେ ନିଷ୍ପତ୍ତିନିଆଯାଇଛି।

    ତେଣେ ଗୋପାଳପୁର ବନ୍ଦରର ୯୫% ଅଂଶଧନ ହାସଲ କରିଛି ଆଦାନୀ। ଏଣେ ଓଡ଼ିଶା ଷ୍ଟିଭେଡର୍ସ ଲିମିଟେଡ ହାତରେ ରହିବ ବାକି ୫% ଅଂଶଧନ। ୯୫%:୫% ଅଂଶଧନ ଚୁକ୍ତିନାମାକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    83 %
    1.3kmh
    7 %
    Tue
    23 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ