Saturday, May 4, 2024
33.8 C
Odisha

    ରାଜ୍ୟ କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମୋହର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। ରାଜ୍ୟର ମିଶନ ଶକ୍ତି ଅଧୀନରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ସଦସ୍ୟାଙ୍କୁ ୧ ହଜାର ଟଙ୍କା ଲେଖାଏଁ ମିଳିବ । ୟୁନିଫର୍ମ ପୋଷାକ ବାବଦରେ ୭୦ ଲକ୍ଷ ଏସଏଚଜି ସଦସ୍ୟାଙ୍କୁ ଏହି ଟଙ୍କା ମିଳିବ । ଏସଏଚଜି ଏକଜ୍ୟୁଟିଭ୍ ମାନଙ୍କୁ ବ୍ଲେଜର୍ ବାବଦରେ ଅଧିକ ୧୦୦୦ ଟଙ୍କା ମିଳିବ । ଅର୍ଥାତ୍ ସେମାନଙ୍କୁ ମିଳିବ ୨୦୦୦ ଟଙ୍କା । ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ୭୩୦ କୋଟି ଟଙ୍କା ଖର୍ଚ୍ଚ ହେବ । ବୁଣାକରାଙ୍କୁ ଅଧିକ ସହାୟତା ଦେବାକୁ ଯୋଜନା କରାଯାଇଛି। ୨ହଜାରରୁ ୨ ହଜାର ୫୦୦ ଲେଖାଏଁ ସହାୟତା ପଇବେ ବୁଣାକାର । ୪୦ରୁ ୮୦ ବର୍ଷ ବୟସ୍କ ବୁଣାକାର ଓ କାରିଗରଙ୍କୁ ମାସିକ ୨ହଜାର ମିଳିବ। ୮୦ ବର୍ଷରୁ ଉର୍ଦ୍ଧ୍ବ ବୁଣାକାରଙ୍କୁ ୨୫୦୦ ଟଙ୍କା ମିଳିବ। ‘ନୂଆ-ଓ ଛତ୍ର ବୃତ୍ତି’କୁ ମଧ୍ୟ କ୍ୟାବିନେଟ ମଞ୍ଜୁରି ମିଳିଛି। ବାର୍ଷିକ ଛାତ୍ରଙ୍କୁ ୯ ହଜାର ଓ ଛାତ୍ରୀଙ୍କୁ ୧୦ ହଜାର ଟଙ୍କାର ବୃତ୍ତି ମିଳିବ । ଏସସି/ଏସଟି ଓ ନିର୍ମାଣ ଶ୍ରମିକଙ୍କ ପୁଅଙ୍କୁ ୧୦ ହଜାର, ଝିଅଙ୍କୁ ୧୧ ହଜାର ମିଳିବ । ରାଜ୍ୟର ପ୍ରତି ପଞ୍ଚାୟତରେ ଆକାଉଣ୍ଟାଣ୍ଟ ଡାଟାଏଣ୍ଟ୍ରି ଅପରେଟର ରହିବେ । ମୋଟ ୭୧୪୨ଟି ଡାଟାଏଣ୍ଟ୍ରି ପଦବୀ ସୃଷ୍ଟି ପାଇଁ କ୍ୟାବିନେଟ ମଂଜୁରି ମିଳିଛି। ମୋଟ ପଦବୀରୁ ୭୦% OSSC ଦ୍ୱାରା ମନୋନୀତ କରାଯିବ । ବାକି ୩୦% ଗ୍ରାମ ରୋଜଗାର ସେବକଙ୍କୁ ମଧ୍ୟରୁ ମନୋନୟନ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.8 ° C
    33.8 °
    33.8 °
    15 %
    1.5kmh
    100 %
    Sat
    36 °
    Sun
    43 °
    Mon
    44 °
    Tue
    38 °
    Wed
    40 °

    ସମ୍ବନ୍ଧିତ