Thursday, October 22, 2026
20 C
Odisha

    ବଡଖବର; ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅନ୍ତିମ କ୍ୟାବିନେଟ ବୈଠକ ଶେଷ ହୋଇଛି। ନବୀନ ସରକାରଙ୍କ ପଞ୍ଚମ ପାଳିର ଶେଷ କ୍ୟାବିନେଟ୍ ବୈଠକରେ ବିଧାନସଭା ଭଙ୍ଗ ପାଇଁ ସୁପାରିଶ ପ୍ରସ୍ତାବ କ୍ୟାବିନେଟରେ ପାରିତ ହୋଇଛି। RP actର ଧାରା ୨୭୦ ଅନୁସାରେ କ୍ୟାବିନେଟ ନିଷ୍ପତି ନିର୍ବାଚନ କମିଶନଙ୍କୁ ଅବଗତ କରାଯିବ। ଜୁନ ୨୪ ପର୍ଯ୍ୟନ୍ତ ରହିଛି ନବୀନ ସରକାରଙ୍କ କାର୍ଯ୍ୟକାଳ। ଚଳିତ ସାଧାରଣ ନିର୍ବାଚନର ଭୋଟ୍ ଗଣତି ଆସନ୍ତାକାଲି ହେବ। ଭୋଟ୍‌ ଗଣତି ପୂର୍ବରୁୁ ମନ୍ତ୍ରିମଣ୍ଡଳ ଭଙ୍ଗ କରିବା ନେଇ ଆଜିର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଛି। ଭୋଟ୍‌ ଗଣତି ପରେ ସଂଖ୍ୟା ଗରି‌ଷ୍ଠତା ହାସଲ କରିଥିବା ଦଳ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବେ। ଭାରତର ନିର୍ବାଚନ ଆୟୋଗଙ୍କ ନିର୍ବାଚନ ପ୍ରକ୍ରିୟା ଅନୁଯାୟୀ, ଜୁନ୍ ୪ରେ ଭୋଟ୍‌ ଗଣତି ରହିଛି। ଏହା ପୂର୍ବରୁ ରାଜ୍ୟ ସରକାର ତାଙ୍କର କାର୍ଯ୍ୟକାଳ ପୂରଣ ନେଇ ଅବଗତ କରାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    20 ° C
    20 °
    20 °
    73 %
    1kmh
    72 %
    Thu
    29 °
    Fri
    29 °
    Sat
    28 °
    Sun
    28 °
    Mon
    25 °

    ସମ୍ବନ୍ଧିତ