Thursday, April 2, 2026
40.1 C
Odisha

    ମତଦାନରେ ଭାରତର ବିଶ୍ବ ରେକର୍ଡ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଭାରତରେ ହୋଇଥିବା ନିର୍ବାଚନ ବିଶ୍ୱରେ ରେକର୍ଡ ସୃଷ୍ଟି କରିଛି। ଦେଶରେ ସାତଟି ପର୍ଯ୍ୟାୟରେ ୧୮ ତମ ଲୋକସଭା ନିର୍ବାଚନ ପ୍ରକ୍ରିୟା ସମାପ୍ତ ହେବା ପରେ ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ଦିନ ଫଳାଫଳ ଆସିବାକୁ ଯାଉଛି। ଏହାପୂର୍ବରୁ ଆଜି ନିର୍ବାଚନ ଆୟୋଗ ଏକ ସାମ୍ବାଦିକ ସମ୍ମିଳନୀ କରି ସାତ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା ବିଷୟରେ କହିଥିଲେ। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଚଳିତ ନିର୍ବାଚନ ମତଦାନ ସାରା ବିଶ୍ୱରେ ଐତିହାସିକ ରେକର୍ଡ ସୃଷ୍ଟି କରିଛି । ଏହାଛଡା ସବୁଠୁ ଅଧିକ ସଂଖ୍ୟକ ଭୋଟର ମତଦାନ ଦେଇଛନ୍ତି । ବିଶେଷ କରି ଜମ୍ମୁ-କାଶ୍ମୀର ଭଳି ସମ୍ବୋଦନଶୀଳ ଅଞ୍ଚଳରେ ଚଳିତ ବର୍ଷ ସର୍ବାଧିକ ଭୋଟର ମତଦାନ କରିଛନ୍ତି । ଏହାସହ ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ବର୍ଷ ନିର୍ବାଚନରେ ସର୍ବାଧିକ ମହିଳା ଭୋଟର ନିଜର ମତସାବ୍ୟସ୍ତ କରିଛନ୍ତି । ଏଥର ୩୧ କୋଟି ମହିଳା ଭୋଟ୍ ଦେଇଛନ୍ତି, ଯାହା କି ପ୍ରଥମ ଥର ପାଇଁ ରେକର୍ଡ ସୃଷ୍ଟି କରିଛି ।

    ଏଥି ସହିତ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଭାରତରେ ୬୪୨ ନିୟୁତ ଭୋଟର ଅଛନ୍ତି। ଏହି ସଂଖ୍ୟା ବିଶ୍ୱରେ ଥିବା ୨୭ଟି ଦେଶର ଭୋଟରଙ୍କ ତୁଳନାରେ ପାଞ୍ଚ ଗୁଣ ଅଧିକ। ଚଳିତ ନିର୍ବାଚନରେ ​​୬୪ କୋଟିରୁ ଅଧିକ ଲୋକ ଭୋଟ୍ ଦେଇଛନ୍ତି। ଏହି ନିର୍ବାଚନରେ ଭାରତ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଆମେ ବୃଦ୍ଧଙ୍କ ଘରକୁ ଘର ଯାଇ ସେମାନଙ୍କ ଭୋଟ୍ ନେଇଛୁ। ୮୫ରୁ ଅଧିକ ବୟସ୍କ ଭୋଟରମାନେ ଘରୁ ଭୋଟ୍ ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ରେକର୍ଡ ମତଦାନ ହୋଇଛି। ଚଳିତ ବର୍ଷ ଗତ ୪ ଦଶନ୍ଧି ମଧ୍ୟରେ ଜମ୍ମୁ କାଶ୍ମୀରରେ ସର୍ବଧିକ ମତଦାନ ହୋଇଛି। ଝାଡ଼ଖଣ୍ଡ, ଛତିଶଗଡ଼ ଓ ଓଡ଼ିଶା ଭଳି ନକ୍ସଲପ୍ରବଣ ଅଞ୍ଚଳରେ ମାଓ ହିଂସା ହୋଇନି। ଚଳିତ ନିର୍ବାଚନ ସୁରୁଖୁରୁରେ ହୋଇଛି ବୋଲି ମୁଖ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.1 ° C
    40.1 °
    40.1 °
    17 %
    2.7kmh
    3 %
    Thu
    40 °
    Fri
    41 °
    Sat
    39 °
    Sun
    38 °
    Mon
    41 °

    ସମ୍ବନ୍ଧିତ