Thursday, September 17, 2026
25 C
Odisha

    ଭୋଟରମାନଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟ ନିର୍ବାଚନ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ର ଷଷ୍ଠ ପର୍ଯ୍ୟାୟରେ ତଥା ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ କଟକ, ସମ୍ବଲପୁର, କେଉଁଝର, ଢେଙ୍କାନାଳ, ପୁରୀ, ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଏବଂ ଉକ୍ତ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ୪୨ଟି ବିଧାନସଭା କ୍ଷେତ୍ର ପାଇଁ ମତଦାନ ଅନୁଷ୍ଠିତ ହୋଇଛିା ମିଳିଥିବା ତଥ୍ୟ ଅନୁସାରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମତଦାନ ହାର ଆପାତତଃ ୬୦ ପ୍ରତିଶତ ରହିଛି ଓ ଭୋଟିଂ ସମାପ୍ତ ହେବା ପରେ ଏହି ଭୋଟ ପ୍ରତିଶତ ହାର ଅଧିକ ହେବା

    ରାଜ୍ୟରେ ଉପରୋକ୍ତ ୬ ସଂସଦୀୟ କ୍ଷେତ୍ର ଓ ଏହା ଅନ୍ତର୍ଗତ ୪୨ ବିଧାନସଭା କ୍ଷେତ୍ରରେ ଭୋଟରମାନେ ଅପୂର୍ବ ଆନନ୍ଦ ଓ ଉତ୍ସାହର ସହ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ କରି ଜାତୀୟ କର୍ତ୍ତବ୍ୟ ନିଭାଇଛନ୍ତିା ମତଦାନରେ ସମସ୍ତ ବର୍ଗର ଭୋଟର ଯଥା-ନୂଆ ଭୋଟର, ଯୁବ ଭୋଟର, ମହିଳା ଭୋଟର, ଭିନ୍ନକ୍ଷମ ଭୋଟର, ତୃତୀୟ ଲିଙ୍ଗୀ ଭୋଟର, ଆଦିମ ଜନଜାତି ଭୋଟର ସାମିଲ ହୋଇ ନିଜ ଅଧିକାର ସାବ୍ୟସ୍ତ କରି ଗଣତାନ୍ତ୍ରିକ ପରମ୍ପରାକୁ ସୁଦୃଢ଼ କରିଥିବାରୁ ସମସ୍ତ ଭୋଟରଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାଧୁବାଦ ଜଣାଇଛନ୍ତିା ଏତଦ୍ବ୍ୟତୀତ ଶାନ୍ତିଶୃଙ୍ଖଳାର ସହ ମତଦାନ ପରିଚାଳନା କାର୍ଯ୍ୟ କରିଥିବାରୁ ସମସ୍ତ ପୋଲିଂ କର୍ମଚାରୀ, ସୁରକ୍ଷା ବଳଙ୍କୁ ମଧ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ସାଧୁବାଦ ଜଣାଇଛନ୍ତିା
    ସୂଚନାଯୋଗ୍ୟ ଯେ କେତେକ ବୁଥ୍‌ଷର କରୁଛନ୍ତିା ସକାଳୁ ମକ୍ପୋଲ୍ ସମୟରେ ଅଳ୍ପକିଛି ସ୍ଥାନରେ ଇଭିଏମ୍ ମେସିନ୍ରେ ତ୍ରୁଟି ଦେଖାଯାଇଥିବାରୁ ତୁରନ୍ତ ତାହା ବଦଳା ଯାଇଥିଲା ଏବଂ ମତଦାନ ସ୍ୱାଭାବିକ ଭାବେ ଚାଲିଥିଲାା ପୋଲିଂ ଆରମ୍ଭ ହେବା ପରେ ସ୍ୱଳ୍ପ କିଛି ଇଭିଏମ୍‌ରେ ତ୍ରୁଟି ଦେଖାଦେଇଥିଲା ଏବଂ ସେଗୁଡ଼ିକୁ ବଦଳା ଯାଇଥିଲାା ଉକ୍ତ ବୁଥ୍‌ରେ ଭୋଟରମାନେ ଧୈର୍ଯ୍ୟର ସହ ଅପେକ୍ଷା କରିଥିବାରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଭୋଟରମାନଙ୍କୁ ସାଧୁବାଦ ଜଣାଇଛନ୍ତିା
    ଭୋଟରମାନଙ୍କୁ ମତଦାନ ପ୍ରତି ଆକର୍ଷିତ କରିବା ପାଇଁ ଆଦର୍ଶ ମତଦାନ କେନ୍ଦ୍ରରେ ଗଣତନ୍ତ୍ରର ମହାପର୍ବର ଖୁବ୍ ସୁନ୍ଦର ଚିତ୍ର ଦେଖିବାକୁ ମିଳିଥିଲାା ଯୁବ କର୍ମଚାରୀ ପରିଚାଳିତ ବୁଥ୍, ମହିଳା କର୍ମଚାରୀ ପରିଚାଳିତ ବୁଥ୍, ଭିନ୍ନକ୍ଷମ କର୍ମଚାରୀ ପରିଚାଳିତ ବୁଥ୍ ଆଦି ସ୍ଥାପନ କରାଯାଇ ଭୋଟରମାନଙ୍କୁ ସ୍ୱାଗତ କରାଯାଇଥିଲାା ଅନେକ ବୁଥ୍ରେ ସ୍ଥାନୀୟ ଚିତ୍ରକଳା, ଜନଜାତି ଥିମ୍ ଦେଖିବାକୁ ମିଳିଥିଲାା ସମସ୍ତ ବୁଥ୍ରେ ମତଦାତାମାନଙ୍କୁ ମତଦାନର ସୁଖଦ ଅନୁଭୂତି ଦିଆଯିବା ପାଇଁ ପୋଲିଂ କର୍ମଚାରୀ ପ୍ରୟାସ କରିଥିଲୋ ସମସ୍ତ ବୁଥ୍ରେ ପାନୀୟ ଜଳ, ଛାଇ, ସେଲ୍ଫି ଷ୍ଟାଣ୍ଡ ଆଦିର ବ୍ୟବସ୍ଥା କରାଯାଇଥିଲାା ପ୍ରତି ବୁଥ୍‌ରେ ଭୋଟର ସହାୟତା କେନ୍ଦ୍ର ଖୋଲାଯାଇଥିଲାା
    ହ୍ୱିଲ୍ ଚେୟାର ମାଧ୍ୟମରେ ଭିନ୍ନକ୍ଷମ ଓ ବରିଷ୍ଠ ଭୋଟରମାନଙ୍କୁ ସେ୍ୱଚ୍ଛାସେବୀମାନେ ମତଦାନରେ ସାହାଯ୍ୟ କରିଥିଲୋ ସେମାନଙ୍କୁ ଘରୁ ମତଦାନ କେନ୍ଦ୍ର ଆସିବା ଓ ଯିବା ପାଇଁ ମାଗଣାରେ ଯାନ ବ୍ୟବସ୍ଥା କରାଯାଇଥିଲାା ସମସ୍ତ ମତଦାନ କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା ପ୍ରତି ବିଶେଷ ଧ୍ୟାନ ରଖାଯାଇଥିଲାା ୱେବ୍‌କାଷ୍ଟିଂ ଜରିଆରେ ନିର୍ଦ୍ଦିଷ୍ଟ ବୁଥ୍ଗୁଡ଼ିକ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଓ ରିଟର୍ଣ୍ଣିଂ ଅଫିସରମାନଙ୍କ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯାଇଥ#ଲାା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକମାନେ ମଧ୍ୟ ୱେବ୍‌କାଷ୍ଟିଂ ଜରିଆରେ ବିଭିନ୍ନ ବୁଥ୍ରେ ଚାଲିଥିବା ମତଦାନ ପ୍ରକ୍ରିୟାକୁ ଦେଖିଥିଲୋ ରିପୋର୍ଟ ପ୍ରସ୍ତୁତ ବେଳକୁ କିଛି ବୁଥ୍‌ରୁ ପୋଲିଂ ପାର୍ଟିମାନେ ରିସିଭିଂ ସେଣ୍ଟରକୁ ପ୍ରତ୍ୟାବର୍ତ୍ତନ ଆରମ୍ଭ କରିଛନ୍ତିା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25 ° C
    25 °
    25 °
    88 %
    1.3kmh
    40 %
    Wed
    25 °
    Thu
    32 °
    Fri
    32 °
    Sat
    31 °
    Sun
    30 °

    ସମ୍ବନ୍ଧିତ