Thursday, May 9, 2024
25.9 C
Odisha

    ନିର୍ବାଚନ ଆଚରଣ ବିଧିକୁ ସରକାରୀ ଦଳର ଖୋଲାଖୋଲି ଉଲଘଂନ ପ୍ରସଙ୍ଗରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ତା.୨୧/୦୩ : ଆଗାମୀ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ କରିବା ମାତ୍ରେ ସମଗ୍ର ଦେଶ ସମେତ ରାଜ୍ୟରେ ମଧ୍ୟ ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି । କିନ୍ତୁ ଏଯାଏଁ ବିଜୁ ଜନତା ଦଳର ହୋର୍ଡି, ପୋଷ୍ଟର, ଦଳୀୟ ଚିହ୍ନ ତଥା ବିଜେଡି ସଭାପତିଙ୍କ ଫଟୋ ଚିତ୍ର ଥିବା ବଡ ବଡ ହୋର୍ଡିଂ ଓ ବିଜ୍ଞାପନ ସାଧାରଣ ସ୍ଥାନରୁ ହଟାଯାଉନାହିଁ । ସାଧାରଣ ସ୍ଥାନ, ସରକାରୀ ଅନୁଷ୍ଠାନ ଓ କାର୍ଯ୍ୟାଳୟ ଆଦି ସ୍ଥାନରୁ ଶାସକ ବିଜେଡିର ନିର୍ବାଚନୀ ପୋଷ୍ଟର ଓ ବ୍ୟାନର ହଟାନଯିବା ନିର୍ବାଚନ ଆଚରଣ ବିଧିକୁ ଖୋଖୋଲି ଉଲ୍ଲଂଘନ କରିଛି । ସଂପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପିର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାବି କରିଛି ।
    ରାଜ୍ୟ ଉପସଭାନେତ୍ରୀ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛି । ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ ଏବଂ ଭୟମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ଜାରି କରିଥିବା ନିୟମାବଳୀକୁ ସମସ୍ତେ ପାଳନ କରିବା ଉଚିତ । ଇସିଆଇ ସ୍ପଷ୍ଟଭାବେ କହିଛନ୍ତି ଯେ, ନିର୍ବାଚନ ଆଚରଣବିଧି ଲାଗୁ ହୋଇସାରିଲାଣି । ଯେଉଁ ଅନୁସାରେ ସର୍ବସାଧାରଣ ସ୍ଥାନ ଗୁଡିକରେ ଲଗାଯାଇଥିବା ବିଜ୍ଞାପନ ହୋର୍ଡିଂଗୁଡିକୁ ଖୋଲାଯିବାର ନିର୍ଦ୍ଦେଶନାମା ରହିଛି । କିନ୍ତୁ ସରକାରୀ ଦଳ ବିଜେଡି ଏହାର ଖୋଲାଖୋଲି ଉଲଘଂନ କରୁଛି । ଏବେବି ଅନେକ ଜାଗାରେ ଦଳର ହୋର୍ଡିଂ, ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ଫଟୋ, ବିଜେଡି ଦଳୀୟ ଚିହ୍ନ ଓ ସ୍ଳୋଗାନ ଥାଇ ଅନେକ ଜାଗାରେ ବଡ ବଡ ହୋର୍ଡିଂ ଓ ୱାଲିଂ ଲାଗି ରହିଛି । ଭୁବନେଶ୍ୱର ଏବଂ କଟକ ମହାନଗର ନିଗମର ବିଭିନ୍ନ ୱାର୍ଡ ଅଫିସରେ ମୁଖ୍ୟମନ୍ତ୍ରୀଙ୍କ ବଡ ବଡ ଫଟୋ ଏବେ ସୁଦ୍ଧା ରହିଛି । “ଆମ ଓଡ଼ିଶା ନବୀନ ଓଡ଼ିଶା”, “ଆମ ଓଡ଼ିଶା ନୂଆ ଓଡିଶା” ଲେଖା ଥିବା ବହୁ କଟ୍‌ଆଉଟ୍ ଏବଂ ହୋର୍ଡିଂ ବିଭିନ୍ନ ଜାଗାରେ ପୂର୍ବଭଳି ରହିଛି । ଯାହା ଖୋଲା ଖୋଲି ଆଦର୍ଶ ନିର୍ବାଚନ ଆଚରଣ ବିଧି ତଥା ଦେଶର ମୁଖ୍ୟ ନିର୍ବାଚନ ଆୟୁକ୍ତଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରିଛି । ବହୁ ଜାଗାରେ ଶାସକ ଦଳର ହୋର୍ଡିଂ ଲାଗିଥିବାବେଳେ ବାଛି ବାଛି ପ୍ରଧାନମନ୍ତ୍ରୀଙ୍କ ଫଟୋ ଏବଂ ବିଜେପି ହୋର୍ଡିଂ ଗୁଡିକୁ କଢ଼ାଯାଇଥିବା ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରାଯାଇଥିବାର ଡ.ଲେଖାଶ୍ରୀ କହିଛନ୍ତି ।
    ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜେନ୍ଦ୍ର ପଣ୍ଡା, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ୍‌, ଲିଗାଲ ସେଲ୍ ରାଜ୍ୟ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    76 %
    2.3kmh
    0 %
    Wed
    26 °
    Thu
    38 °
    Fri
    39 °
    Sat
    41 °
    Sun
    40 °

    ସମ୍ବନ୍ଧିତ