Monday, April 6, 2026
31.8 C
Odisha

    ଜଷ୍ଟିସ ଚକ୍ରଧାରୀ ଶରନ ସିଂ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହ। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ତାଙ୍କ ନିଯୁକ୍ତି ନେଇ ଆଜି କେନ୍ଦ୍ର ସରକାରଙ୍କ ତରଫରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ରାଷ୍ଟ୍ରପତି ସମ୍ବିଧାନର ଧାରା ୨୧୭(୧)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଜଷ୍ଟିସ ଚକ୍ରଧାରୀ ଶରନ ସିଂଙ୍କୁ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଥିବା ଜଣାପଡିଛି। ସୂଚନା ଥାଉକି, ୨୦୨୩, ନଭେମ୍ବର ୨ରେ ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପାରିସ କରିଥିଲା। ପ୍ରଧାନ ବିଚାରପତି ଡକ୍ଟର ଜଷ୍ଟିସ ଧନଞ୍ଜୟ ୱାଇ. ଚନ୍ଦ୍ରଚୂଡ, ଜଷ୍ଟିସ ସଂଜୟ କିଶନ କଉଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲେଜିୟମର ବୈଠକରେ ଆଲୋଚନା କରାଯାଇ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦରେ ଜଷ୍ଟିସ ସିଂହଙ୍କ ନିଯୁକ୍ତି ପାଇଁ ସୁପାରିସ ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏବେ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ କାର୍ଯ୍ୟ କରୁଛନ୍ତି । ସୂଚନାଯୋଗ୍ୟ, ଓଡ଼ିଶା ସହିତ ରାଜସ୍ଥାନ, ଉତ୍ତରାଖଣ୍ଡ, ଗୌହାଟୀ, ଆହ୍ଲାବାଦ ଓ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ନିଯୁକ୍ତି ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.8 ° C
    31.8 °
    31.8 °
    38 %
    6kmh
    61 %
    Mon
    30 °
    Tue
    37 °
    Wed
    39 °
    Thu
    39 °
    Fri
    39 °

    ସମ୍ବନ୍ଧିତ