Thursday, September 17, 2026
30 C
Odisha

    ଗଂଜାମରୁ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ- ୨୦୨୪ ନିମନ୍ତେ ଆଶୀର୍ବାଦ ପ୍ରଦାନ କରନ୍ତୁ

    ଆଗକୁ ପଢନ୍ତୁ

    ହିଞ୍ଜିଳି/ଶେରଗଡ଼: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନଣରେ ନିଜ ନିର୍ବାଚନ କ୍ଷେତ୍ର ହିଞ୍ଜିଳିରେ ପ୍ରଚାର କରିଛନ୍ତି। ସେ ଏକ ସ୍ୱତନ୍ତ୍ର ବିମାନରେ ଯାଇ ହିଞ୍ଜିଳିରେ ପହଞ୍ଚିଥିଲେ। ତାଙ୍କ ସହ ୫ଟି ଅଧ୍ୟକ୍ଷ ଭି .କେ.ପାଣ୍ଡିଆନ୍ ମଧ୍ୟ ଯାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଗଞ୍ଜାମରୁ ପ୍ରାର୍ଥୀ ହୋଇଥିବା ସମସ୍ତ ଲୋକସଭା ଓ ବିଧାନସଭା ପ୍ରାର୍ଥୀ ମଧ୍ୟ ଉପସ୍ଥିତ  ଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କୁ ଉଦବୋଧନ ଦେଇ କହିଥିଲେ, ସବୁ କଥାରେ ବିରୋଧୀ ରାଜନୀତି କରୁଛନ୍ତି। ବିକାଶକୁ ବିରୋଧ କରି କେହି କେବେ ସଫଳ ହୋଇପାରିବେ ନାହିଁ। ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ହେବ। ଲୋକସଭା ନିର୍ବାଚନରେ ବି ବିଜେଡି ଭଲ ପ୍ରଦର୍ଶନ କରିବ।ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଥିଲା। ପ୍ରଥମେ ହିଞ୍ଜିଳି ଓ ପରେ ଶେରଗଡ଼ରେ ବିଶାଳ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଥିଲେ। ୨୦୨୪ ସାଧାରଣ ନିର୍ବାଚନ ପାଇଁ ଆଜିଠାରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ହିଞ୍ଜିଳି ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30 ° C
    30 °
    30 °
    71 %
    0.9kmh
    55 %
    Thu
    29 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ