Sunday, October 4, 2026
24.3 C
Odisha

    ରାଉରକେଲାରେ ନିର୍ବାଚନୀ ସଭା: କେନ୍ଦ୍ର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ରାଉରକେଲା: ରାଉରକେଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେକ୍ଟର-୧୩ ମେଳଣ ପଡ଼ିଆରେ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବରରୁ ସ୍ବତନ୍ତ୍ର ବିମାନରେ ବାହାରି ପୂର୍ବାହ୍ନ ସାଢ଼େ ୧୧ଟାରେ ରାଉରକେଲାରେ ବିମାନବନ୍ଦରରେ ପହଞ୍ଚି ସେଠାରୁ ସିଧାସଳଖ ସଭାସ୍ଥଳକୁ ଆସିଥିଲେ। ମୁଖ୍ୟମନ୍ତ୍ରୀ ବିଶାଳ ନିର୍ବାଚନୀ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ସୁଶାସନ ଓଡ଼ିଶାର ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି। ସ୍ୱାସ୍ଥ୍ୟ, ଶିକ୍ଷା, ମହିଳା ଓ ଶିଶୁ ବିକାଶ, ଗମନାଗମନ, ଯୁବକ, ଶ୍ରମିକ, ବରିଷ୍ଠ ନାଗରିକ ପାଇଁ ଏକାଧିକ ଯୋଜନା କରାଯାଇଛି। କେନ୍ଦ୍ର କେବଳ କଥା କହେ। ଆମ ସରକାର କାମରେ ବିଶ୍ୱାସ କରେ। ଭିକେ ପାଣ୍ଡିଆନ କହିଛନ୍ତି ପୁନର୍ବାର ଷଷ୍ଠ ଥର ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି।
    ସମଗ୍ର ଓଡିଶାବାସୀ, ବିଶେଷକରି ରାଉରକେଲାବାସୀ ମନ ସ୍ଥିର କରିସାରିଛନ୍ତି। ଏହି ନିର୍ବାଚନୀ ସମାବେଶରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେବାସହ ରାଉରକେଲା ବିକାଶ ରଥକୁ ଆଗକୁ ନେବାରେ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି। ସଭାରେ ଜିଲ୍ଲାର ସାତଟି ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ଓ ସୁନ୍ଦରଗଡ଼ ସାଂସଦ ପ୍ରାର୍ଥୀ ଦିଲୀପ ତୀର୍କୀ ମଂଚାସୀନ ଥିଲେ। ରାଉରକେଲା ବିଧାୟକ ପ୍ରାର୍ଥୀ ସାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ପ୍ରାର୍ଥୀନୀ ଅର୍ଚନାରେଖା ବେହେରା, ବୀରମିତ୍ରପୁର ବିଧାୟକ ପ୍ରାର୍ଥୀ ରୋହିତ ଜୋସେଫ ତୀର୍କୀ, ସୁନ୍ଦରଗଡ଼ ପ୍ରାର୍ଥୀ ଯୋଗେଶ ସିଂ, ତଳସରା ପ୍ରାର୍ଥୀ ବିନୟ ଟପ୍ପୋ ଓ ବଣାଇ ପ୍ରାର୍ଥୀ ଭୀମସେନ ଚୌଧୁରୀ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ