Saturday, July 27, 2024
24.6 C
Odisha

    ଆରପାରିରେ ବିଶିଷ୍ଟ ଚଳଚିତ୍ର ଅଭିନେତା ସାଧୁ ମେହେର । ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ବିଶିଷ୍ଟ ଚଳଚିତ୍ର ଅଭିନେତା ସାଧୁମେହେରଙ୍କର ଦେହାନ୍ତ ହୋଇଛି । ଏହି ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି   । ଏକ ଶୋକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପଦ୍ମଶ୍ରୀ ସାଧୁ ମେହେର ତାଙ୍କର ବଳିଷ୍ଠ ଅଭିନୟ ଓ ନିର୍ଦ୍ଦେଶନା ପାଇଁ ଓଡିଶା ସମେତ ଜାତୀୟ ସ୍ତରରେ ଜଣେ ପ୍ରଶଂସନୀୟ ବ୍ୟକ୍ତିତ୍ୱ ଥିଲେ । ଉଭୟ ହିନ୍ଦି ଓ ଓଡିଆ ଚଳଚ୍ଚିତ୍ରରେ ସେ ତାଙ୍କର ନିଖୁଣ ଅଭିନୟର ଛାପ ଛାଡି ଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡିଆ ଅଭିନେତା । କଳା କ୍ଷେତ୍ରରେ ପାରଦର୍ଶିତା ପାଇଁ ଅନେକ ସମ୍ମାନ ଓ ପୁରସ୍କାରରେ ସେ ସମ୍ମାନିତ ହୋଇଛନ୍ତି। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ