Monday, October 5, 2026
22.4 C
Odisha

    ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ପାରାଦୀପ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ ଅତ୍ୟାଧିୁନିକ ରାସାୟିନିକ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନାରେ ୬୫ ହଜାର କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ଆଗାମୀ ଦିନରେ ୩୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ମିିିଳିବ।ସେହିପରି ରିନ୍ୟୁ ଇ-ଫୁଏଲ ଗ୍ରିନ ଆମୋନିଆ କାରଖାନା ପାଇଁ ୨୨ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରିଛି। ଏହା ୪ହଜାର ରୋଜଗାର ସୃଷ୍ଟି କରିିବ ଏବଂ ସିଲକ୍ସ ଇଣ୍ଡିିଆ ଅତ୍ୟାଧିୁନିକ ରାସାୟିନିକ କାରଖାନା ପାଇଁ ୫୦୦ କୋଟିର ପୁଞ୍ଜି ନିବେଶ କରିଛି। ଏହାଦ୍ୱାରା ୮୧୦ ଜଣଙ୍କୁ ନିଯୁକ୍ତି ମିିଳିବ। ଶିଳ୍ପାୟନ ଦ୍ୱାରା ଯୁବବର୍ଗଙ୍କୁ ନିଯୁକ୍ତିୁ ଯୋଗାଇ ଦେବାକୁ ଲକ୍ଷ୍ୟ ରଖି ନୂତନ ଶିଳ୍ପ ପ୍ରତିଷ୍ଠା କରାଯାଉଥିବା କହିଛନ୍ତି ରାଜ୍ୟ ସରକାର।
    ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଗତସିଂହପୁର ଜିଲ୍ଲା ଗସ୍ତରେ ଯାଇ ପାରାଦୀପର ଢିଙ୍କିଆଠାରେ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ଯୋଗଦେଇ କହିଥିଲେ ଯେ ପାରାଦୀପ ଆସିଲେ ମୋର ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ମୃତି ମନକୁ ଆସେ । ୬୦ ମସିହାର ପ୍ରାରମ୍ଭରେ ବିଜୁ ବାବୁ ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନେଇ ପାରାଦୀପ ବନ୍ଦର ସ୍ଥାପନ କରିଥିଲେ। ଓଡ଼ିଶା ବିକାଶରେ ଏହା ମାଇଲଷ୍ଟୋନ ଥିଲା। ଆଜି ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ ହୋଇ ପାରିଛି। ଏକ ବନ୍ଦର ନଗରୀ ଭାବେ ପାରାଦୀପର ସୁନାମ ମଧ୍ୟ ବୃଦ୍ଧି ପାଇଛି। ଖୁସିର କଥା ଆଜି ଏଠାରେ ଜେଏସଡବ୍ଲୁର ମେଗା ଇସ୍ପାତ କାରଖାନା ପାଇଁ ଭିତ୍ତି ଦିଆଗଲା। ଏଥି ସହିତ ଗ୍ରିନ ଆମୋନିଆ କାରଖାନା ଓ ଅତ୍ୟାଧୁନିକ ରସାୟନିକ କାରଖାନା ପାଇଁ ମଧ୍ୟ ଭିତ୍ତି ଦିଆଗଲା। ଏ ସବୁ ଶିଳ୍ପାନୁଷ୍ଠାନ ଓଡ଼ିଶା ପାଇଁ ପ୍ରାୟ ୯୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ଆଣିଛି। ତା ସହିତ ଏ ସବୁ ପ୍ରକଳ୍ପ ମାଧ୍ୟମରେ ୩୫ ହଜାର ନିଯୁକ୍ତି ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀ ଏ ସବୁ ପୁଞ୍ଜି ନିବେଶ କରୁଥିବା ଶିଳ୍ପପତିମାନଙ୍କୁ ଏଥିପାଇଁ ଧନ୍ୟବାଦ ଦେଇଥିଲେ।

    ଓଡ଼ିଶାରେ ଶିଳ୍ପ ଅଭିବୃଦ୍ଧି ପାଇଁ ଜିନ୍ଦଲ ଗ୍ରୁପର ସହଯୋଗ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧନ୍ୟବାଦ ଦେଇ କହିଥିଲେ ଯେ ଓଡ଼ିଶାକୁ ଦେଶର ଏକ ପ୍ରମୁଖ ଶିଳ୍ପାଞ୍ଚଳରେ ପରିଣତ କରିବା ପାଇଁ ଆମର ଯାତ୍ରାରେ ଜିନ୍ଦଲ ଗ୍ରୁପର ମହତ୍ୱପୂର୍ଣ୍ଣ ସହଭାଗିତା ରହିଛି।

    ଏଥି ସହିତ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ଆଜି ଓଡ଼ିଶାର ପରିଚୟ ହୋଇଛି। ଶିଳ୍ପ, ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ସବୁ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ୫ଟି ଉପକ୍ରମରେ ଓଡ଼ିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି। ସାଧାରଣ ଲୋକ, ଚାଷୀ, ମା’ମାନେ, ଯୁବକମାନେ ଆମ ବିକାଶର ପାର୍ଟନର ହୋଇଛନ୍ତି। ନୂଆ ଓଡ଼ିଶା ଗଠନ ପାଇଁ ଆମ କାର୍ଯ୍ୟକ୍ରମକୁ ଆଗକୁ ନେଉଛନ୍ତି।

    ପାରାଦୀପର ଶିଳ୍ପ ବିକାଶ ପାଇଁ ପାରାଦୀପ ଓ ଜଗତସିଂହପୁର ଜିଲ୍ଲାର ଲୋକମାନଙ୍କ ସହଯୋଗ ପାଇଁ ସେମାନଙ୍କୁ ଧନ୍ୟବାଦ ଦେଇ ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    କାର୍ଯ୍ୟକ୍ରମରେ ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ଏବଂ ସାଂସଦ ଡ. ରାଜଶ୍ରୀ ମଲ୍ଲିକ ଯୋଗ ଦେଇ ଏହି ସବୁ ପ୍ରକଳ୍ପ ସମଗ୍ର ଜଗତସିଂହପୁର ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହୋଇ ଜିଲ୍ଲାକୁ ସମୃଦ୍ଧ କରିବ ଏବଂ ରାଜ୍ୟ ଯୁବଗୋଷ୍ଠୀ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ଆଣିବ ବୋଲି କହିବା ସହିତ ପାରାଦୀପ ତଥା ସମଗ୍ର ଓଡିଶାର ରୂପାନ୍ତର ପାଇଁ ସାରା ଭାରତ ବର୍ଷର ବିକାଶ ପୁରୁଷ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସବୁଦିନ ମନେ ରଖିବ ସମଗ୍ର ଦେଶ ବୋଲି ସେମାନେ କହିଥିଲେ।

    ଅନ୍ୟତମ ଅତିଥି ଭାବେ ଜେଏସଡବ୍ଲୁର ମୁଖ୍ୟ ସଜ୍ଜନ ଜିନ୍ଦଲ ତାଙ୍କ ଉଦ୍‌ବୋଧନରେ କହିଥିଲେ ଯେ ବହୁ ବର୍ଷ ପୂର୍ବେ ରାଷ୍ଟ୍ର ନାୟକ ବିଜୁ ପଟ୍ଟନାୟକ ଏହି ପ୍ରକଳ୍ପ ପାଇଁ ଯୋଜନା କରିଥିଲେ। ପ୍ରକୃତରେ ଏହା ଥିଲା ବିଜୁବାବୁଙ୍କ ସ୍ୱପ୍ନ। ଆଜି ତାଙ୍କ ସୁପୁତ୍ରଙ୍କ ଦ୍ୱାରା ଏହି ସ୍ୱପ୍ନ ସାକାର ହୋଇଥିବା ଦେଖି ସେ ଖୁସି ଅନୁଭବ କରୁଥିବେ। ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାରେ ଆଜି ପ୍ରକୃତ ବିକାଶ ଘଟିଛି ଏବଂ ଓଡିଶାରେ ଶିଳ୍ପାୟନ ପ୍ରକ୍ରିୟା ଦ୍ରୁତ ହୋଇଛି ବୋଲି କହି ଜେଏସଡବ୍ଲୁ ପାଇଁ ଓଡ଼ିଶା ହେଉଛି ପ୍ରମୁଖ ନିବେଶ ସ୍ଥଳୀ। ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଆମେ ସବୁଦିନ ସହଯୋଗ କରିବୁ ବୋଲି ସେ କହିଥିଲେ।

    ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ଜିନ୍ଦଲ ପରିବାର ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। କାର୍ଯ୍ୟକ୍ରମରେ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    75 %
    1.4kmh
    0 %
    Sun
    22 °
    Mon
    31 °
    Tue
    31 °
    Wed
    31 °
    Thu
    29 °

    ସମ୍ବନ୍ଧିତ