Tuesday, April 7, 2026
35.3 C
Odisha

    ବଡ଼ଦାଣ୍ଡର ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ପୁରୀ: ପୁରୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ପ୍ରଥମେ ଭାରତୀୟ ଜନସଂଘର ପ୍ରତିଷ୍ଠାତା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଛନ୍ତି। ତାପରେ ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ନିଜେ ମୁଖ୍ୟମନ୍ତ୍ରୀ ଅନ୍ୟ ସ୍ବେଚ୍ଛାସେବୀ ସଂଗଠନର କାର୍ଯ୍ୟକର୍ତ୍ତା ଓ ବିଜେପିର ବହୁ ନେତା ଓ କର୍ମୀଙ୍କ ସହ ହାତରେ ଝାଡ଼ୁ ଧରି ବଡ଼ଦାଣ୍ଡରେ ଅଳିଆ ସଫେଇ କରିଛନ୍ତି। ବଡ଼ଦାଣ୍ଡର ଏହି ସଫେଇ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ‌ହ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଉଚ୍ଚ ଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଜେନା, ପୁରୀ ଲୋକସଭା ସଦସ୍ୟ ଡାକ୍ତର ସମ୍ବିତ ପାତ୍ର, ପୁରୀର ପୂର୍ବତନ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଏବଂ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ। ବଡ଼ଦାଣ୍ଡରୁ ଶରଧାବାଲି ଯାଏ ଏହି ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି ବିରଳ ଘଟଣା ସାରା ବିଶ୍ବରେ ଆଲୋଚନାର ବିଷୟ ହେବ ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

    ଏଣେ ଶରଧାବାଲିରେ ସଫେଇ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, କାଲି ବଡ଼ଦାଣ୍ଡକୁ ଆସିବେ ମହାପ୍ରଭୁ ଜଗନ୍ନାଥ, ମହାପ୍ରଭୁ ବଡ଼ଦାଣ୍ଡକୁ ଆସିବା ପୂର୍ବରୁ ଏହି ସଫେଇ କାର୍ଯ୍ୟକ୍ରମ କରାଯାଇଛି। ସ୍ବଚ୍ଛତା ଓ ସଚେତନତା ପାଇଁ ଏହି ସଫେଇ କାର୍ଯ୍ୟକ୍ରମର ଗୁରୁତ୍ବ ରହିଛି। ଏହି ଅବସରରେ ସେ ପ୍ଲାଷ୍ଟିକ ଜରି ବ୍ୟବହାରରୁ ନିବୃତ୍ତ ରହିବାକୁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.3 ° C
    35.3 °
    35.3 °
    26 %
    3.2kmh
    50 %
    Tue
    34 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ