Friday, April 3, 2026
29.7 C
Odisha

    ମା’ ତାରିଣୀ ପୀଠ ଲାଗି ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଘଟଗାଁ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ। ଏହି କ୍ରମରେ ପ୍ରଥମେ ସେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ।ମା’ ତାରିଣୀଙ୍କ ପୀଠ ଯେପରି ସାରା ଦେଶରେ ବ୍ୟାପକ ହୋଇପାରିବ, ସ୍ୱତନ୍ତ୍ର ପର୍ଯ୍ୟଟନସ୍ଥଳୀ ହୋଇପାରିବ, ସେଥିପାଇଁ ଏ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ   ମୋହନ ଚରଣ ମାଝୀ କହିଥିଲେ। ତାରିଣୀ ପୀଠର ବିକାଶ ଓ ଉନ୍ନତି ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ଅପିଲ କରିବେ। ଏବେ ପୀଠର ବିକାଶ ପାଇଁ ୫୦ କୋଟି ଟଙ୍କା ବିନିମୟରେ କାମ ଚାଲିଛି। ଏହାକୁ ପରିପୂର୍ଣ୍ଣ କରିବାକୁ ଅଧିକ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ପୀଠର ସୌନ୍ଦର୍ଯ୍ୟକରଣ ଓ ବିକାଶ ପାଇଁ ୧୦୦ କୋଟିର ଏହି ବଜେଟକୁ ଯଥାଶୀଘ୍ର ଶେଷ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    29.7 ° C
    29.7 °
    29.7 °
    34 %
    2.3kmh
    77 %
    Fri
    30 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ