Saturday, October 10, 2026
24.5 C
Odisha

    ସୁନ୍ଦରଗଡ଼ରେ ମୁଖ୍ୟମନ୍ତ୍ରୀ : ମହିଳାଙ୍କୁ ବାଣ୍ଟିଲେ ସୁଭଦ୍ରା ଟଙ୍କା

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁନ୍ଦରଗଡ଼ ଗସ୍ତରେ ଆସି ସ୍ଥାନୀୟ ମହାବିଦ୍ୟାଳୟ ନିକଟସ୍ଥ ଯତରା ପଡ଼ିଆ‌‌ରେ ଆୟୋଜିତ ବିଶାଳ ସମାବେଶରେ ଯୋଗ ଦେଇଛନ୍ତି। ସମାବେଶସ୍ଥଳକୁ ପହଞ୍ଚି ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ହାତରେ ୧୦ ଜଣ ମହିଳାଙ୍କୁ ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତିର ଡମି ଚେକ୍‌ ଦେଇଛନ୍ତି।
    ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟତୀତ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ, ରଘୁନାଥପାଲି ବିଧାୟକ ଦୁର୍ଗାଚରଣ ତନ୍ତୀ, ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୋଭା ଶର୍ମା ଏବଂ ଜିଲ୍ଲାପାଳ ମନୋଜ ମହାଜନ ମଞ୍ଚାସୀନ ଅଛନ୍ତି। କାର୍ଯ୍ୟକ୍ରମରେ ବିଳମ୍ବ ଘଟିଥିବା ହେତୁ କେନ୍ଦ୍ର ଆଦିବାସୀ ବ୍ଯାପାର ମନ୍ତ୍ରୀ ଜୁଏଲ ଓରାମ କ୍ଷମା ପ୍ରାର୍ଥନା କରିଥିଲେ।

    ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରୁ ବାହାରି ୧୦ଟା ୫୦ରେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ଓହ୍ଲାଇବା ସମୟ ନିର୍ଘଣ୍ଟ ଆସିଥିଲା। ସେଠାରୁ ସଡ଼କ ପଥରେ ଆସି ୧୧ଟା ୩୦ରେ ସୁନ୍ଦରଗଡ଼ ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା। କିନ୍ତ ମୁଖ୍ୟମନ୍ତ୍ରୀ ଅଢ଼େଇ ଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ। ସମାବେଶରେ ଯୋଗ ଦେବାକୁ ସକାଳୁ ଜିଲ୍ଲାର ବିଭିନ୍ନ ପ୍ରାନ୍ତରୁ ହଜାର ହଜାର ମହିଳା ଆସିଥିଲେ।
    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଭା ପରେ ପ୍ରଦକ୍ଷଣ ଗୃହକୁ ଯିବେ। କିଛି ସମୟ ବିଶ୍ରାମ ପରେ ଅପରାହ୍ନରେ ସଂସ୍କୃତି ଭବନରେ ଆୟୋଜିତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବେ। ପରେ ସଡ଼କ ପଥରେ ଝାରସୁଗୁଡ଼ା ଯାଇ ସେଠାରୁ ବିମାନରେ ଭୁବନେଶ୍ବର ଫେରି‌ଯିବେ। ମୁଖ୍ୟମନ୍ତ୍ରୀ ଝାରସୁଗୁଡ଼ାରୁ ସଡ଼କ ପଥରେ ଆସି ଉପମୁଖ୍ୟମନ୍ତ୍ରୀଙ୍କ ସହ ପ୍ରାୟ ୪ ଘଣ୍ଟା ସୁନ୍ଦରଗଡ଼ରେ ରହିବା ସହ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବାରୁ ସହର‌ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    77 %
    0.4kmh
    0 %
    Sat
    30 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ