Wednesday, October 7, 2026
22.5 C
Odisha

    ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବ‌ନେଶ୍ବର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି।

    ଆଜିଠୁ ସାରା ରାଜ୍ୟରେ ବୁଲିବ ସୁଭଦ୍ରା ସଚେତନତା ରଥ। ଆଗାମୀ ୧୬ ତାରିଖ ଯାଏଏହି ରଥ ବୁଲିବ। ଯେପର୍ଯ୍ୟନ୍ତ ସମସ୍ତ ମହିଳା ଏଥିରେ ସାମିଲ ହୋଇନାହାନ୍ତି, ସେଯାଏ ଏହି ଯୋଜନା ଜାରି ରହିବ। ଗାଁ ଗାଁ ବୁଲି ସୁଭଦ୍ରା ଯୋଜନା ସମ୍ବନ୍ଧରେ ଲୋକଙ୍କୁ ସଚେତନ କରାଇବାକୁ ଏହି ପ୍ରୟାସ ଆରମ୍ଭ କରିଛନ୍ତି ଓଡ଼ିଶା ସରକାର। ଏହି ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କା ମିଳିବ। ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ମହିଳାମାନଙ୍କା ସର୍ବାଙ୍ଗୀନ ଉନ୍ନତି କରିବା ଲାଗି ମୋହନ ସରକାର ଅଙ୍ଗୀକାରବଦ୍ଧ। ଲୋକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ବିଶ୍ବାସ ପ୍ରକଟ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    88 %
    1.7kmh
    0 %
    Wed
    22 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ