ଭୁବନେଶ୍ୱର: ବିଜନେସ୍ ଟାଇକୁନ୍ ରତନ ଟାଟାଙ୍କ ପରଲୋକ ଘଟିଛି । ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରତନ ଟାଟାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ବୁଧବାର ରାତିରେ ଦେଶର ଖ୍ୟାତାନାମା ଉଦ୍ୟୋଗପତି ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ ରତନ ଟାଟାଙ୍କର ୮୬ ବର୍ଷ ବୟସରେ ପରଲୋକ ଘଟିଛି । ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ଏନେଇ ଟାଟା ଗ୍ରୁପ ପକ୍ଷରୁ ଆନୁଷ୍ଠାନିକ ଭାବେ ସୂଚନା ଦିଆଯାଇଥିଲା । ପଦ୍ମବିଭୂଷଣ ରତନ ଟାଟାଙ୍କ ବିୟୋଗରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ପରଲୋକ ଭାରତ ଉଦ୍ୟୋଗଜଗତରେ ଅପୂରଣୀୟ କ୍ଷତି ଘଟିଛି ।