Friday, October 18, 2024
29.5 C
Odisha

    ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    ଦିଲ୍ଲୀ : ଶିଳ୍ପ ହବ୍ ହେବ ଓଡ଼ିଶା ।  ଓଡ଼ିଶାକୁ ନିବେଶ ଆଣିବାକୁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିଛନ୍ତି ।  ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀ ୱାନ୍ ଟୁ ୱାନ୍ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ରାଷ୍ଟ୍ରଦୂତଙ୍କ ସହ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଶିଳ୍ପ ହବ ହେବ ଓଡ଼ିଶା । ବିକାଶକୁ ଆଗେଇ ନେବ ଡବଲ ଇଞ୍ଜିନ ସରକାର ।

    ଓଡ଼ିଶାକୁ ଅଧିକ ପୁଞ୍ଜି ଆଣିବା ସହ ଆଗାମୀ ଦିନରେ ବିଦେଶୀ ପୁଞ୍ଜି ନିବେଶ ବଢ଼ାଇବା ଲକ୍ଷ୍ୟ ନେଇ ଗତକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ଦେଶ ବିଦେଶର ଉଦ୍ୟୋଗୀଙ୍କ ସହ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶର ପ୍ରସ୍ତାବ ଦେବା ତାଙ୍କର ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀଙ୍କର ହେବ ପ୍ରଥମ ରୋଡ୍ ସୋ’। ଏହି ରୋଡ୍ ସୋରେ ୩୪ଟି ଦେଶର ପ୍ରତିନିଧି ଅଂଶଗ୍ରହଣ କରିବେ  । ୯ଟି ଦେଶର ପ୍ରବାସୀ ସଂଘ ମଧ୍ୟ ଏଥିରେ ଯୋଗଦେବେ।

    ଏହି ନିବେଶକ ସମ୍ମିଳନୀରେ ତାଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଛନ୍ତି। ସଂଧ୍ୟାରେ କଟନ ରାଇଜର ଇଭେଣ୍ଟ ଅନୁଷ୍ଠିତ ହେବ। ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା -୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ଯ୍ୟ ହୋଇଛି । ଆଗାମୀ ୫ବର୍ଷ ମଧ୍ୟରେ ପାଞ୍ଚ ଲକ୍ଷ କୋଟି ଟଙ୍କା ପୁଞ୍ଜି ଆଣିବାକୁ ଲକ୍ଷ୍ୟ ରଖିଛି । ୧୦୦ଦିନ ଭିତରେ ୪୫ହଜାର କୋଟି ଟଙ୍କାର ପୁଞ୍ଜି ଓଡ଼ିଶାକୁ ଆସିସାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    72 %
    1.4kmh
    91 %
    Fri
    29 °
    Sat
    31 °
    Sun
    25 °
    Mon
    29 °
    Tue
    29 °

    ସମ୍ବନ୍ଧିତ