Tuesday, October 13, 2026
28.9 C
Odisha

    ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଖଲ୍ଲିକୋଟ: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡ଼ିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ତଥା ଦୁଃଖଦ। ମୁଁ ଏନେଇ ଗଭୀର ବିବ୍ରତ ଓ ଦୁଃଖିତ। ଏଭଳି ହିଂସା ଘଟଣାର ଆମ ଗଣତନ୍ତ୍ର ଏବଂ ନାଗରିକ ସମାଜରେ କୌଣସି ସ୍ଥାନ ନାହିଁ।ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି। ନିଜ ପ୍ରିୟଜନଙ୍କୁ ହରାଇଥିବା ପୀଡ଼ିତ ପରିବାରଙ୍କୁ ମୋର ଗଭୀର ସମବେଦନା। ଆହତମାନଙ୍କ ଶୀଘ୍ର ସୁସ୍ଥତା ପାଇଁ ପ୍ରାର୍ଥନା କରୁଛି। ମୁଁ ନିଶ୍ଚିତ ଯେ ଏହି ଜଘନ୍ୟ ଅପରାଧର ଅପରାଧୀଙ୍କ ବିରୋଧରେ ପୋଲିସ ଦୃଢ଼ ତଥା ଦୃଷ୍ଟାନ୍ତମୁଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।

    ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ।

    କୌଣସି ପ୍ରକାର ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ଭାରତ ନିର୍ବାଚନ ଆୟୋଗ ଓ ମୁଖ୍ୟ ଅଧିକାରୀ ଓଡ଼ିଶାଙ୍କର ଶୂନ୍ୟ ସହନଶୀଳା ନୀତି ଅତ୍ୟନ୍ତ ସ୍ପଷ୍ଟ ବୋଲି ସେ ସୂଚିତ କରିବା ଗଞ୍ଜାମ ଜିଲ୍ଲାରେ ପ୍ରାକ୍ ନିର୍ବାଚନୀ ହିଂସାକୁ ଆୟତ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

    ସୁଚନାଯୋଗ୍ୟ, ଖଲ୍ଲିକୋଟରେ ନିର୍ବାଚନୀ ହିଂସାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଫଳରେ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.9 ° C
    28.9 °
    28.9 °
    58 %
    1.7kmh
    0 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ