Tuesday, April 7, 2026
35.3 C
Odisha

    ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭାରତ ସରକାରଙ୍କ ଆୟୁଷ ମନ୍ତ୍ରାଳୟ ପକ୍ଷରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଧନ୍ବନ୍ତରୀ ଜୟନ୍ତୀ ଉପଲକ୍ଷେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ। ଏହି ଅବସରରେ ଜଟଣୀର ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟର ଠାରେ ଓଡ଼ିଶାରେ ଶୁଭାରମ୍ଭ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ହେବାକୁ ଥିବା ସ୍ବାସ୍ଥ୍ୟ ବିଭାଗର ଏହି କାର୍ଯ୍ୟକ୍ରମରେ ଭିଡିଓ କନ୍ଫରେନ୍ସିଂରେ ଯୋଡ଼ି ହୋଇ ରାଜ୍ୟରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହ ଭିତ୍ତି ପ୍ରସ୍ତର ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
    ଏହି ଅବସରରେ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ଠୁ ନେଇ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସମେତ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଅନ୍ୟ ଅତିଥିମାନେ ବିଭିନ୍ନ ସ୍ଥାନରୁ ଭିଡିଓ କନ୍ପେରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.3 ° C
    35.3 °
    35.3 °
    26 %
    3.2kmh
    50 %
    Tue
    34 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ