ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ । ସେପ୍ଟେମ୍ବର ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି।ମୁଖ୍ୟମନ୍ତ୍ରୀ ୩୦ ତାରିଖରେ ଝାଡ଼ଖଣ୍ଡ ପହଞ୍ଚିବା ପରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ। ସେଠାରେ ନିର୍ବାଚନ ପୂର୍ବରୁ ଆୟୋଜିତ ହେଉଥିବା ଏକ ରାଲିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ସେହିପରି ୧ ତାରିଖରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଚାଇଁବାସାର କୋଲ୍ହାନ୍ ଯିବେ। ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ।
ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଗତକାଲି ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନଙ୍କୁ ଭେଟିଥିଲେ । ହିମନ୍ତ ବିଶ୍ୱଶର୍ମା ଝାଡ଼ଖଣ୍ଡ ବିଜେପିର ସହ ପ୍ରଭାରୀ ଅଛନ୍ତି।
ସୂଚନାଯୋଗ୍ୟ, ଝାଡ଼ଖଣ୍ଡରେ କେବେ ନିର୍ବାଚନ ହେବ ସେନେଇ ତାରିଖ ଘୋଷଣା କରାଯାଇନାହିଁ। ତେବେ ବିଜେପି ପକ୍ଷରୁ ରାଜ୍ୟରେ ନିର୍ବାଚନୀ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।