Thursday, April 9, 2026
25.9 C
Odisha

    ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର  ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.9 ° C
    25.9 °
    25.9 °
    57 %
    0.6kmh
    100 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ