Saturday, September 21, 2024
26.4 C
Odisha

    କୋରାପୁଟ-ମାଲକାନଗିରି ଜିଲ୍ଲାର ବର୍ଷାଜନିତ କ୍ଷୟକ୍ଷତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା କରିଛନ୍ତି ।

    ଏଥି ସହିତ ମୁଖ୍ୟମନ୍ତ୍ରୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳବର୍ତ୍ତୀ ଅଞ୍ଚଳରେ ସମ୍ଭାବ୍ୟ ବର୍ଷା ପାଇଁ ନିଆଯାଇଥିବା ସତର୍କତାମୂଳକ ପଦକ୍ଷେପ ବାବଦରେ ମଧ୍ୟ ଆଲୋଚନା କରିଥିଲେ ।

    କୋରାପୁଟ ଓ ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି ଏବଂ ସ୍ଥାନୀୟ ଜନସାଧାରଣ ମଧ୍ୟ ପ୍ରଭାବିତ ହୋଇଛନ୍ତି । ଏହି ସମସ୍ୟାର ସମାଧାନ ପାଇଁ ଏସ୍‌ଆର୍‌ସିଙ୍କ ସମେତ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କୁ ତୁରନ୍ତ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦେବା ନିମନ୍ତେ ରାଜସ୍ୱ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ।

    ଏଥି ସହିତ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉପକୂଳବର୍ତ୍ତୀ ଅଞ୍ଚଳରେ ଭାରି ବର୍ଷାର ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଙ୍କୁ ପ୍ରାକ୍‌ପ୍ରସ୍ତୁତି ସହ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରିର ସ୍ଥିତି ଅନୁଧ୍ୟାନ କରି ଆବଶ୍ୟକୀୟ ପଦକ୍ଷେପ ନେବା ସହ ଜିଲ୍ଲା ପ୍ରଶାସନକୁ ସହଯୋଗ ଦେବା ପାଇଁ ଅଗ୍ନିଶମ ସେବା ଓ ଗୃହରକ୍ଷୀ ବାହିନୀ ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଏବଂ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ମାଲକାନଗିରି ଅଭିମୁଖେ ଗସ୍ତ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.4 ° C
    26.4 °
    26.4 °
    83 %
    0.9kmh
    57 %
    Sat
    31 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ