Wednesday, December 17, 2025
15.5 C
Odisha

    ଆଦିବାସୀଙ୍କ ଉପରୁ ହଟିବ ଛୋଟ ମକଦ୍ଦମା । ୪୮୦୧୮ ଟି ମାମଲା ପ୍ରତ୍ୟାହୃତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଜନଜାତି ଭାଇ ଭଉଣୀଙ୍କ ଉପରୁ ହଟିବ ଛୋଟ ଛୋଟ ମକଦ୍ଦମା । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଦିବାସୀଙ୍କ ଉପରୁ ପ୍ରତ୍ୟାହୃତ ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮୦୧୮ ମାମଲା । ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି। ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ । ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.5 ° C
    15.5 °
    15.5 °
    54 %
    1.7kmh
    0 %
    Tue
    15 °
    Wed
    28 °
    Thu
    27 °
    Fri
    26 °
    Sat
    27 °

    ସମ୍ବନ୍ଧିତ