Thursday, September 17, 2026
24.8 C
Odisha

    ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଶୁଣିଲେ ଲୋକଙ୍କ ଦୁଃଖ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ ଲୋକଙ୍କୁ ଶୁଣିବାର ଧାରା ଜାରି ରଖିଛନ୍ତି। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୋହନ ଚରଣ ମାଝୀ ଆଜି ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ଶହ ଶହ ଲୋକଙ୍କ ଠାରୁ ସେମାନଙ୍କ ସମସ୍ୟା ଶୁଣିଥିଲେ। ଲୋକଙ୍କୁ ଆଶ୍ୱାସନା ଦେବା ଓ ସମସ୍ୟା ସମାଧାନ ହେବାର ପ୍ରତିଶୃତି ଦେବା ସହିତ ଧର୍ଯ୍ୟହରା ନ ହେବା ପାଇଁ ପରାମର୍ଶ ଦେଇଛନ୍ତି । ସାଧାରଣ ଲୋକଟିଏ ପକ୍ଷରେ ଜଣେ ଉଚ୍ଚ ପଦାଧିକାରୀଙ୍କୁ ଭେଟିବା କଷ୍ଟକର ହୋଇଥାଏ। କିନ୍ତୁ ନିଜେ ମୁଖ୍ୟମନ୍ତ୍ରୀ ଯେତେବେଳେ ତାଙ୍କ ଦୁଃଖ ଶୁଣୁଛନ୍ତି, ସେତେବେଳେ ସେମାନେ ଖୁସିରେ ଆତ୍ମହରା ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଦରପୂର୍ଣ୍ଣ କଥାରେ ସେମାନେ ଆନନ୍ଦିତ ହେଉଥାନ୍ତି। ମୁଖ୍ୟମନ୍ତ୍ରୀଙ୍କ ଠାରୁ ନିର୍ଦ୍ଦେଶ ପାଇ ଅଧିକାରୀମାନେ ମଧ୍ୟ ତତ୍ପରାତର ସହ ଲୋକଙ୍କ ଅଭିଯୋଗକୁ ସଂପୃକ୍ତ ବିଭାଗକୁ ତ୍ୱରିତ ପଦକ୍ଷେପ ପାଇଁ ପ୍ରେରଣ କରୁଥାନ୍ତି। ଏ ଥିଲା ଆଜିର ଅଭିଯୋଗ ପ୍ରକୋଷ୍ଠର ଦୃଶ୍ୟ- ଯେଉଁଠି ସାଧାରଣ ଲୋକ ଓ ସରକାରଙ୍କ ମଧ୍ୟରେ ନଥିଲା କୌଣସି ପ୍ରାଚୀର।
    ଜୁଲାଇ ୧ ତରିଖରୁ ଆରମ୍ଭ ହୋଇଥିବା ଅଭିଯୋଗ ଶୁଣାଣି ପ୍ରକ୍ରିୟା ଆଜି ତୃତୀୟ ଦିନରେ ପହଞ୍ଚିଥିଲା । ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଆଜି ମୁଖ୍ୟମନ୍ତ୍ରୀ ସକାଳ ୧୦ଟାରେ ଶୁଣାଣି ଆରମ୍ଭ କରି ଅପରାହ୍ନ ପ୍ରାୟ ୫ଟା ପର୍ଯ୍ୟନ୍ତ ଶୁଣାଣି ଜାରି ରଖିଥିଲେ। ସମୁଦାୟ ୨୪୦୩ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ଏବଂ ପ୍ରାୟ ୫ ହଜାରରୁ ଅଧିକ ଲୋକ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କୁ ଭେଟି ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.8 ° C
    24.8 °
    24.8 °
    85 %
    1kmh
    5 %
    Thu
    32 °
    Fri
    31 °
    Sat
    32 °
    Sun
    30 °
    Mon
    31 °

    ସମ୍ବନ୍ଧିତ