Friday, October 2, 2026
25.2 C
Odisha

    ନାଳରେ ଭାସିଯାଇ ନାବାଳକ ମୃତ୍ୟୁ ଘଟଣା, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦିଅ: ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସ୍ଥାନୀୟ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଆବୁ ବକର ସାହର ମୃତ୍ୟୁ ଘଟଣା ଘଟିବା ପରେ ଆଜି ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏଥିସହ ସେ ସମୀକ୍ଷା ମଧ୍ୟ କରିଛନ୍ତି। ସେ ବ୍ୟାରିକେଡ୍ କାହିଁକି ହୋଇନି, ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ବିଏମସି କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଣେ ଗତକାଲି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇଥିଲେ। ଏହାଛଡ଼ା ରାଜ୍ୟ ସରକାର ମୃତକଙ୍କ ନିକଟ ସଂପର୍କୀୟଙ୍କୁ କ୍ଷତିପୂରଣ ବାବଦରେ ୪ ଲକ୍ଷ ଟଙ୍କା ଦିଆଯିବା ନେଇ ଘୋଷଣା କରିଥିଲେ।

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିଗ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ମତେ ବ୍ୟଥିତ କରିଛ। ପିଲାଟିର ଆତ୍ମାର ସଦଗତି କାମନା କରିବା ସହ ଏଭଳି ପରିସ୍ଥିତିରେ ପରିବାର ଲୋକଙ୍କ ପ୍ରତି ମୋର ସମବେଦନା ଜଣାଉଛି। ଏଭଳି ଅଘଟଣ ଆଗକୁ ଯେମିତି ନଘଟିବ ସେ ଦିଗରେ ଆମ ସରକାର କାର୍ଯ୍ୟ କରିବ ବୋଲି କହିଛନ୍ତି।

    ଏହା ପୂର୍ବରୁ ଏହି ଘଟଣା ନେଇ ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ରୀ ସୁରେଶ ପୂଜାରୀ ଶୋକ ପ୍ରକାଶ କରିଥିଲେ। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଥିଲେ। ଏଥି ସହିତ ସେ ମୃତକଙ୍କ ପରିବାର ପ୍ରତି ୪ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ରାଶି ଘୋଷଣା କରିଥିଲେ।

    ସୂଚନାଯୋଗ୍ୟ ଗତକାଲି ଅପରାହ୍‌ଣ ୧ଟାରେ ଭୁବନେଶ୍ବରରେ ବର୍ଷା ଆରମ୍ଭ ହୋଇଥିଲା। ବର୍ଷା ସମୟରେ ୟୁନିଟ-୩ ମସଜିଦ ସାହି ନିକଟରେ କିଛି ଛୋଟ ପିଲା ଖେଳୁଥିଲେ। ଏହି ସମୟରେ ଡ୍ରେନ୍‌ରେ ଏକ ବେଲୁନ ଭାସୁଥିଲା।  ବେଲୁନକୁ ଆଣିବା ପାଇଁ ଏମାନଙ୍କ ମଧ୍ୟରୁ ଜଣେ ୮ ବର୍ଷ ବୟସର ନାବାଳକ ଉଦ୍ୟମ କରିଥିଲା। କିନ୍ତୁ ସେ ଡ୍ରେନ୍‌ରେ ଖସିପଡ଼ିଥିଲା। ବର୍ଷା ଯୋଗୁଁ ଡ୍ରେନ୍‌ରେ ପାଣି ପ୍ରବାହିତ ହେଉଥିବାରୁ ନାବାଳକ ନିଖୋଜ ହୋଇଯାଇଥିଲା। ଅନ୍ୟ ପିଲାମାନେ ଘଟଣା ସଂପର୍କରେ ପରିବାର ଲୋକଙ୍କୁ କହିବା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା।‌ ଶେଷରେ ନାବାଳକକୁ ଲକ୍ଷ୍ମୀସାଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିଲା। ଉଦ୍ଧାର ପରେ ନାବାଳକକୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ