Thursday, November 14, 2024
29.5 C
Odisha

    ପ୍ରତିଦିନ ଅପରାହ୍ନ ୩ଟା ରୁ ୫ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ। ସୂଚନା ଯୋଗ୍ୟ ଯେ, ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    37 %
    1.8kmh
    2 %
    Thu
    29 °
    Fri
    29 °
    Sat
    28 °
    Sun
    28 °
    Mon
    28 °

    ସମ୍ବନ୍ଧିତ