Sunday, May 11, 2025
34.4 C
Odisha

    ସମଲେଇ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା , ମା’ଙ୍କ ଆଶୀର୍ବାଦରୁ ସମ୍ଭବ ହୋଇଛି ମନ୍ଦିରର ରୂପାନ୍ତରଣ

    ଆଗକୁ ପଢନ୍ତୁ

    ଆଜି ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ । ମା’ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ନେଇ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ଝଲସୁଛି ମା’ ସମଲେଶ୍ୱରୀଙ୍କ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.4 ° C
    34.4 °
    34.4 °
    27 %
    0.4kmh
    0 %
    Sun
    42 °
    Mon
    42 °
    Tue
    43 °
    Wed
    43 °
    Thu
    43 °

    ସମ୍ବନ୍ଧିତ