Saturday, October 10, 2026
22.4 C
Odisha

    ଯୋଡି ଶଙ୍ଖରେ ଭୋଟ ଦେବାକୁ ଜନସାଧାରଣଙ୍କୁ ନବୀନଙ୍କ ଅପିଲ୍

    ଆଗକୁ ପଢନ୍ତୁ

    ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଜିଲ୍ଲାର ଦୁଇଟି ସ୍ଥାନ ରାଇରଙ୍ଗପୁର ଏବଂ ବାରିପଦାରେ ନିର୍ବାଚନୀ ପ୍ରଚାର କରିଛନ୍ତି ନବୀନ ପଟ୍ଟନାୟକ। ଜନସାଧାରଣଙ୍କୁ ବିଜେଡି ସରକାରଙ୍କ ବିଭିନ୍ନ ଯୋଜନା ଭଲ କି ବୋଲି ନବୀନ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଆୟୋଜିତ ଜନସମାବେଶରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ଲାଗି ଭୋଟ ମାଗିଛନ୍ତି।

    ରାଇରଙ୍ଗପୁରରେ ପାଣ୍ଡିଆନ କହିଥିଲେ, ରାଜ୍ୟ ସରକାର ଆଦିବାସୀ ଭାଇଭଉଣୀମାନଙ୍କ ପାଇଁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ସେମାନଙ୍କ ଭାଷା, ସାହିତ୍ୟ, ସଂସ୍କୃତି ଓ ଦେବସ୍ଥଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପଦକ୍ଷେପ ନେଇଆସୁଛନ୍ତି। ଆଦିବାସୀମାନଙ୍କ ଉପରେ ଥିବା ୫୦ ହଜାର ମାମଲା ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ପାଣ୍ଡିଆନ କହିଥିଲେ। ପାଣ୍ଡିଆନ ବିଜେଡି ସରକାରର ବିଭିନ୍ନ ଯୋଜନା ବିଷୟରେ ଆଲୋକପାତ କରିବା ସହିତ ସାରା ଦେଶରେ ସବୁଠାରୁ ଅଧିକ ଆଦିବାସୀ ଛାତ୍ରାବାସ ଓଡ଼ିଶାରେ ନିର୍ମାଣ ହୋଇଛି ବୋଲି କହିଥିଲେ। ଆସନ୍ତା ଜୁନରେ ମୁଖ୍ୟମନ୍ତ୍ରୀ ପୁନର୍ବାର ଶପଥ ଗ୍ରହଣ କରିବେ। ଶପଥ ନେବା ପରେ ସର୍ବପ୍ରଥମେ ବିଜୁଳି ବିଲ୍‌‌ ଛାଡ଼ ଘୋଷଣା ଉପରେ ଦସ୍ତଖତ କରିବେ ମୁଖ୍ୟମନ୍ତ୍ରୀ। ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ସମସ୍ତଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ୨ୟ ଦସ୍ତଖତ କରିବେ। ସେହିପରି ୩ୟରେ ମୁଖ୍ୟମନ୍ତ୍ରୀ ମିଶନଶକ୍ତି ଯୋଜନାରେ ମହିଳାମାନଙ୍କୁ ପେନସନ୍‌‌ ଦେବା ଘୋଷଣାରେ ଦସ୍ତଖତ କରିବେ ବୋଲି ପାଣ୍ଡିଆନ କହିଥିଲେ। ସେହିପରି, ବାରିପଦାର ଛଉ ପଡ଼ିଆରେ ଆୟୋଜିତ ଜନସମାବେଶରେ ମୁଖ୍ୟମନ୍ତ୍ରୀ ଏବଂ ପାଣ୍ଡିଆନ ଯୋଗଦେଇ ଦଳୀୟ ପ୍ରାର୍ଥୀମାନଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ