Saturday, June 20, 2026
37 C
Odisha

    ସମଲେଇ ପ୍ରକଳ୍ପ ଲୋକାର୍ପିତ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ସମ୍ବଲପୁର: ଶେଷରେ ସବୁ ଅପେକ୍ଷାର ଅନ୍ତ ଘଟାଇ ମୁଖ୍ୟମନ୍ତ୍ରୀ ଆଜି ସମଲେଇ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି | ନିର୍ଦ୍ଧାରିତ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଲେଇ ପ୍ରକଳ୍ପ ଯଜ୍ଞସ୍ଥଳରେ ପହଂଚିଥିଲେ | ହୋମଯଜ୍ଞ ସାଙ୍ଗକୁ ଚଣ୍ଡୀପାଠ ଆରମ୍ଭ ହୋଇଥିବାବେଳେ ମନ୍ତ୍ରଧ୍ୱନିରେ ସାରା ପରିବେଶ ପ୍ରକମ୍ପିତ ହେଉଛି | ଏହାପରେ ସେ ମନ୍ଦିର ପରିସରରେ ରୂପାନ୍ତରଣର କାର୍ଯ୍ୟକୁ ଅନୁଧ୍ୟାନ କରିବେ ଓ ଏସଏଚଜି ମହିଳାମାନଙ୍କ ସହ ଆଲୋଚନା ମଧ୍ୟ କରିବେ | ଉଲ୍ଲେଖ ଥାଉ କି ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି।ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି। ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି।

    ତେବେ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ। ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି। ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି। ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ। ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ। ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37 ° C
    37 °
    37 °
    35 %
    2.8kmh
    80 %
    Sat
    38 °
    Sun
    34 °
    Mon
    35 °
    Tue
    38 °
    Wed
    41 °

    ସମ୍ବନ୍ଧିତ