Saturday, October 3, 2026
24.7 C
Odisha

    ବିଏସକେୱାଇ-ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସକେୱାଇ-ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ବିଏସକେୱାଇ ଯୋଜନାରୁ ବଞ୍ଚିତ ଲୋକଙ୍କ ପାଇଁ ଏହା ଉଦ୍ଦିଷ୍ଟ। ଏହି ନୂଆ କାର୍ଡ ଜରିଆରେ ବିଏସକେୱାଇରୁ ବଞ୍ଚିତ ଗ୍ରାମାଞ୍ଚଳର ସବୁ ପରିବାର ଏହି ନୂଆ ଯୋଜନାରେ ସାମିଲ ହେବେ। କେବଳ ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ଅନ୍ୟ ଲୋକଙ୍କୁ ଏଥିରେ ସାମିଲ କରାଯିବ। ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ। ବିଏସକେୱାଇର ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାରଙ୍କୁ ବିଏସକେୱାଇ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ଦିଆଯିବାର ଲକ୍ଷ୍ୟ ରଖାଯାଇଛି। ଏହି କାର୍ଡ ଦ୍ୱାରା କୌଣସି ପରିବାର ଆର୍ଥିକ ଦୁରବସ୍ଥା କାରଣରୁ ଜଟିଳ ରୋଗର ଚିକିତ୍ସା ପାଇଁ ଅସୁବିଧାର ସମ୍ମୁଖୀନ ହେବେ ନାହିଁ
    ଏହାପୂର୍ବରୁ ରାଜ୍ୟରେ ଅର୍ଥ ଅଭାବରୁ ଯେପରି କେହି ଚିକିତ୍ସାରୁ ବଞ୍ଚିତ ନ ହୁଅନ୍ତି ସେଥିପାଇଁ ଓଡ଼ିଶାରେ ବିଏସକେୱାଇ ଯୋଜନା ପ୍ରଚଳନ କରାଯାଇଥିଲା। ଯାହା ଏହି ଯୋଜନାରେ ମାସିକ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ହସ୍ପିଟାଲରେ ଏବଂ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲରେ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ସରକାର ମାସିକ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ ବିଏସକେୱାଇ ଯୋଜନାରେ ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ