Sunday, October 4, 2026
21.8 C
Odisha

    ଓଡ଼ିଶାରେ ସମବାୟ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ବିଭିନ୍ନ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜ୍ୟରେ ସମବାୟ କ୍ଷେତ୍ରର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥି ସହିତ ସମବାୟ କ୍ଷେତ୍ରରେ ହାସଲ କରାଯାଇଥିବା ସଫଳତା ଗୁଡିକ ମଧ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। କେନ୍ଦ୍ର ମନ୍ତ୍ରୀ ଓଡ଼ିଶା ସରକାରଙ୍କ ସମବାୟ କ୍ଷେତ୍ରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସନ୍ତୋଷବ୍ୟକ୍ତ କରି କହିଥିଲେ ଯେ ଭାରତ ସରକାର ବିଭିନ୍ନ ରାଜ୍ୟରେ ସମବାୟ ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। କିଛି ରାଜ୍ୟକୁ ମଧ୍ୟ ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ସେ ସବୁ ରାଜ୍ୟ ଗୁଡିକର କାର୍ଯ୍ୟପ୍ରଣାଳୀକୁ ଅନୁଧ୍ୟାନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡ଼ିଶା ସରକାରଙ୍କ ପକ୍ଷରୁ ସମବାୟ ବିକାଶ ପାଇଁ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ କହିଥିଲେ।

    ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସମବାୟ ସଚିବ ରାଜେଶ ପ୍ରଭାକର ପାଟିଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଟ, କେନ୍ଦ୍ର ସରକାରଙ୍କ ଯୁଗ୍ମ ସଚିବ ରମଣ କୁମାର, ଆନନ୍ଦ ଝା ଏବଂ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ବିଜୟ ଅମୃତ କୁଲାଙ୍ଗେ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.8 ° C
    21.8 °
    21.8 °
    75 %
    1.3kmh
    1 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ