Monday, September 28, 2026
23.6 C
Odisha

    ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    88 %
    1.6kmh
    5 %
    Mon
    24 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ