Saturday, March 21, 2026
32.2 C
Odisha

    ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ହେଲା ପରେ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରିବାକୁ ଯାଉଛନ୍ତି। ତାଙ୍କର ଏହି ଗସ୍ତ ସିଙ୍ଗାପୁରକୁ ହେବ। ଏହି ଗସ୍ତକାଳରେ ସେ ଓଡ଼ିଶାରେ ବ୍ୟବସାୟିକ ସଂପ୍ରସାରଣ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଆଲୋଚନା କରିବେ। ଶ୍ରୀ ମାଝୀ ଆସନ୍ତା ୧୮ ତାରିଖ ଦିନ ସିଙ୍ଗାପୁର ଗସ୍ତ କରିବେ ବୋଲି ଜଣାପଡ଼ିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉତ୍କର୍ଷ ଓଡ଼ିଶା-ମେକ୍ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ପାଇଁ ପାଇଁ ସିଙ୍ଗାପୁର ଗସ୍ତ କରିବେ। ଏହି ଗସ୍ତ କାଳରେ ତାଙ୍କ ସହିତ ଶିଳ୍ପମନ୍ତ୍ର ସଂପଦ ସ୍ବାଇଁ ଓ ରାଜ୍ୟ ସରକାରଙ୍କର କିଛି ବରିଷ୍ଠ ଅଧିକାରୀ ରହିବେ।
    ସୂଚନାଯୋଗ୍ୟ, ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କ‌ନ୍‌କ୍ଲେଭ୍‌-୨୦୨୫ ଆସନ୍ତା ଜାନୁଆରି ୨୮ ଓ ୨୯ ତାରିଖରେ ଭୁବନେଶ୍ବରରେ ଆୟୋଜନ ହେବ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗତମାସ ଦେଶର ରାଜଧାନୀ ନୂଆଦିଲ୍ଲୀ ଓ ଆର୍ଥିକ ରାଜଧାନୀ ମୁମ୍ବାଇରେ ରୋଡ୍‌ ସୋ’ ଆୟୋଜନ କରାଯାଇଛି। ଏହି ଦୁଇ ସହରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଶର ଅନେକ ବିଶିଷ୍ଟ ଶିଳ୍ପପତିଙ୍କୁ ଭେଟିଛନ୍ତି। ଶ୍ରୀ ମାଝୀ ମୁମ୍ବାଇରେ ରିଲାନ୍ସ ବୋର୍ଡର ନିର୍ଦ୍ଦେଶକ ଅନନ୍ତ ଅମ୍ବାନି, ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଅନିଲ ଅଗ୍ରୱାଲ, ଗୋଦ୍‌ରେଜ୍‌ ଅଧ୍ୟକ୍ଷ ନାଦିର ଗୋଦରେଜ୍‌, ଲକ୍ଷ୍ମୀ ଅର୍ଗାନିକ୍ ଇଣ୍ଡଷ୍ଟ୍ରିଜ୍‌ର ଅଧ୍ୟକ୍ଷ ରବି ଗୋଏଙ୍କା, ‌ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍ ମୁଖ୍ୟ ସଜ୍ଜନ ଜିନ୍ଦଲ, ୱେଲସ୍ପନର ବିଜୟ ଗୋଏଙ୍କା ଓ ବାଳକୃଷ୍ଣ ଗୋଏଙ୍କାଙ୍କୁ ଭେଟିଥିଲେ।

    ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କ‌ନ୍‌କ୍ଲେଭ୍‌-୨୦୨୫ ପାଇଁ ବିଶିଷ୍ଟ ଶିଳ୍ପପତିମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭେଟିବା ଦ୍ବାରା କେନ୍ଦୁଝର ଜିଲ୍ଲାରେ ଜେଏସ୍‌ଡବ୍ଲ୍ୟୁ-ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବାର ଆଶା ଦେଖାଯାଇଛି, ଯାହା କି ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନକ ପୂର୍ବରୁ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    32.2 ° C
    32.2 °
    32.2 °
    24 %
    4.5kmh
    12 %
    Sat
    31 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ