Sunday, October 4, 2026
24.3 C
Odisha

    ଅକ୍ଟୋବର ୧୬ରୁ ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିୟାଣା, ମହାରାଷ୍ଟ୍ର ଗସ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତାକାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯିବେ। ୧୬ ତାରିଖ ଅପରାହ୍ନରେ ସେ ହରିଆଣା ଅଭିମୁଖେ ଗସ୍ତ କରି ୧୭ ତାରିଖ ଦିନ ଚଣ୍ଡିଗଡ ଠାରେ ନବ ଗଠିତ ହରିଆନା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ। ସେଦିନ ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍‌ଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ। ଚଣ୍ଡିଗଡ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ ଭାରତୀୟ ରସାୟନିକ ଏବଂ ପେଟ୍ରୋକେମିକାଲ୍ସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ। ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ଏକ ହୋଟେଲରେ ଆଗାମୀ ‘ମେକ୍‌ ଇନ୍‌ ଓଡ଼ିଶା’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ। ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ।
    ମୁମ୍ବାଇରେ ଆୟୋଜିତ ହେବାକୁ ଥିବା ନିବେଶକ ସମ୍ମିଳନୀ ଓ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଓ ରାଜ୍ୟର ଅନ୍ୟ ବରିଷ୍ଠ ଅଧିକାରୀ ଯୋଗଦେବେ। ରାଜ୍ୟରେ ଶିଳ୍ପାୟନ ଲାଗି ଦିଲ୍ଲୀ ପରେ ମୁମ୍ବାଇରେ ନିବେଶକ ଓ ପୁଞ୍ଜି ନିବେଶକଙ୍କ ସହ ରାଜ୍ୟ ସରକାର ଆଲୋଚନା କରିବେ। ଏଥିସହିତ ୧୮ ତାରିଖରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଇଣ୍ଡିଆ କେମ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାମିଲ ହେବେ, ଯାହାକୁ କି କେନ୍ଦ୍ର ରସାୟନ ମନ୍ତ୍ରୀ ଜେପି ନଡ୍ଡା ଉଦଘାଟନ କରିବେ। ପାରାଦୀପ, ଗୋପାଳପୁର ଓ ଧାମରାକୁ କେମିକାଲ ଶିଳ୍ପ ଆସିବାର ସମ୍ଭାବନା ରହିଛି। ରାଜ୍ୟ ସରକାର ୧୯ ତାରିଖରେ ୩୦୦ରୁ ଅଧିକ ନିବେଶକଙ୍କ ସହ ଆଲୋଚନା କରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ