Thursday, March 26, 2026
26.8 C
Odisha

    କେନ୍ଦୁପତ୍ର ତୋଳାଳିଙ୍କୁ ମିଳିବ ଡବଲ ବୋନସ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କେନ୍ଦୁପତ୍ର ତୋଳାଳିଙ୍କ ଲାଗି ସମ୍ବଲପୁର ଚାରମାଳରୁ ବଡ ଘୋଷଣା। ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଚାଳମାଳ କାର୍ଯ୍ୟକ୍ରମରେ ଭର୍ଚୁଆଲ ଯୋଗେ ଐତିହାସିକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସରକାରଙ୍କ ପକ୍ଷରୁ କେନ୍ଦୁପତ୍ର ତୋଳାଳିଙ୍କୁ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ସୁବିଧା ନେଇ ଗୋଟି ଗୋଟି କରି କହିଥିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସରକାରଙ୍କ ଘୋଷଣାକୁ ଐତିହାସିକ କହିବା ସହ ମୁଖ୍ୟମନ୍ତ୍ରୀ ଯାହା କହନ୍ତି ତାହା କରିକି ଦେଖାଇଛନ୍ତି ବୋଲି କହିଥିଲେ ଫାଇଭ-ଟି ଅଧ୍ୟକ୍ଷ। ଏବେ କେନ୍ଦୁପତ୍ର ତୋଳାଳିଙ୍କୁ ମିଳିବ ଦୁଇ ଗୁଣା ବୋନସ। ପୂର୍ବରୁ ମିଳୁଥିବା ୨୫ ପ୍ରତିଶତ ବୋନସକୁ ୫୦ ପ୍ରତିଶତକୁ ବୃଦ୍ଧି ପାଇଛି। ଏଥିରୁ ରାଜ୍ୟର ୮ ଲକ୍ଷ ୫୦ ହଜାର କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ସରକାର ୯୮ କୋଟି ଖର୍ଚ୍ଚ କରିବେ।

    ସେହିପରି ବନ୍ଧାଳି ଓ ଋତୁକାଳୀନ ଶ୍ରମିକଙ୍କ ଇନସେଣ୍ଟିଭ ଦୁଇଗୁଣା ବଢି ୫ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏଥିଲାଗି ସରକାର ୧୧ କୋଟି ଖର୍ଚ୍ଚ କରିବେ। ରାଜ୍ୟରେ ଥିବା ୪୦ ହଜାର ବନ୍ଧାଳି ଓ ସିଜନାଲ ଷ୍ଟାଫ ଏଥିରୁ ଉପକୃତ ହେବେ। ସେହିପରି ଋତୁକାଳୀନ କର୍ମଚାରୀଙ୍କୁ ଖୁସି ଖବର ଦେଇଛନ୍ତି ସରକାର। ସେମାନଙ୍କର ଦରମା ବୃଦ୍ଧି ଦାବି ପୂରଣ ହୋଇଛି। ହେଡ ଚେକରଙ୍କ ମାସିକ ଦରମା ୨୨ ହଜାର ୬୩୧ ରୁ ୨୪ ହଜାର ୪୨୦କୁ ବୃଦ୍ଧି ପାଇଛି। ମହଙ୍ଗା ଭତ୍ତା ୪ ଶହ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି। ସର୍କଲ ଚେକରଙ୍କ ଦରମା ୧୭ ହଜାର ୭୪୦ରୁ ୨୧ ହଜାରରୁ ଅଧିକ ହୋଇଛି। ଡିଏ ୩୦୦ ରୁ ୪୫୦କୁ ବୃଦ୍ଧି ପାଇଛି। ସେହିପରି ବନ୍ଧାଳୀ ଚେକରଙ୍କ ଦରମା ୧୪ ହଜାର ୮୦୦ ଟଙ୍କାରୁ ୧୭ ହଜାର ୬୮୦କୁ ବୃଦ୍ଧି ପାଇଛି। ଡିଏ ୨ଶହରୁ ୩ଶହ ଟଙ୍କାକୁ ବୃଦ୍ଧି ପାଇଛି। ମୁନସିଙ୍କ ଦରମା ୧୨ ହଜାର ୪୨୦ରୁ ୧୫ ହଜାର ୨୧୫ ଟଙ୍କାକୁ ବୃଦ୍ଧି ପାଇଛି। ମୁନସି-୨ଙ୍କ ଦରମା ୯ ହଜାର ୮୫୦ରୁ ୧୨ ହଜାର ୩୮୫ ଟଙ୍କାକୁ ବୃଦ୍ଧି। ସେହିପରି କେନ୍ଦୁପତ୍ର କେରି ଦର ମଧ୍ୟ ବୃଦ୍ଧି କରିଛନ୍ତି ସରକାର। ପଦମପୁର ଉପନିର୍ବାଚନରେ ସରକାର କେନ୍ଦୁପତ୍ର ତୋଳାଳିଙ୍କ ଲାଗି ଦେଇଥିବା ପ୍ରତଶ୍ରୁତି ପୂରଣ କରିଛନ୍ତି। କେନ୍ଦୁପତ୍ର ତୋଳାଳିଙ୍କ ଦୁଇ ଝିଅଙ୍କ ବିବାହ ଲାଗି ୨୫ ହଜାର ଲେଖାଏ ଅର୍ଥ ସହାୟତା ଦେବାକୁ ଘୋଷଣା କରିଛନ୍ତି। କେନ୍ଦୁପତ୍ର ତୋଳାଳିଙ୍କ ଲାଗି ମୋଟ ୨ଶହ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି ସରକାର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    35 %
    2.2kmh
    0 %
    Thu
    27 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ