Wednesday, March 25, 2026
37 C
Odisha

    ଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ମାନଙ୍କୁ ଯୋଗାଇ ଦିଆଯିବ : ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାର ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠି ମା’ ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତି ଋଣ ବ୍ୟବସ୍ଥା, ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ଏବଂ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଚାଲିଛି। ସେ ଆହୁରି ମଧ୍ୟ କହିଥିଲେ ଯେ ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତି ମା’ ମାନଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଅଛି। ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ପାର୍ଟନର ହୋଇଛନ୍ତି। ନୂଆ ଓଡିଶା ଗଠନରେ ସାମିଲ ହୋଇଛନ୍ତି। ଆଜି ମିଶନ ଶକ୍ତି ମା’ ମାନଙ୍କର ଭଲ କାମ ଦେଶ ବିଦେଶରେ ପହଞ୍ଚି ପାରିଛି। ସ୍ୱୟଂ ସହାୟକ ଗୋଷ୍ଠିର ମା’ ମାନେ ଦୁବାଇ ଓ ସିଙ୍ଗାପୁରକୁ ପରିଦର୍ଶନ କରି ସେଠାରୁ ବହୁତ କିଛି ନୂତନ ଉତ୍ପାଦ ବିଷୟରେ ଜାଣିପାରୁଥିବାରୁ ଖୁସି ବ୍ୟକ୍ତ କରି କହିଥିଲେ ଯେ ଆଗକୁ ଅଧିକରୁ ଅଧିକ ମା’ ମାନେ ବିଦେଶ ଯିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    37 ° C
    37 °
    37 °
    17 %
    4.9kmh
    23 %
    Wed
    36 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ