Thursday, September 10, 2026
27.3 C
Odisha

    ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ହେଉଛି ବିଜେଡିର ଅସ୍ତ୍ର: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    କେନ୍ଦୁଝର: ରବିବାର କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ ପ୍ରଚାର କରିଛନ୍ତି। ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବା ସହ ଭାଷଣ ଆରମ୍ଭରୁ ଖରାରେ ଆସିଥିବା ଜନତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନ। ଏଥି ସହିତ ଜନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଛ ଓ ଅପପ୍ରଚାରକୁ ବିରୋଧୀ ଅସ୍ତ୍ର କରିଛନ୍ତି। ବିକାଶ ହେଉଛି ବିଜେଡିର ଅସ୍ତ୍ର। ବିରୋଧୀଙ୍କ କୁମ୍ଭୀର କାନ୍ଦଣା ଆଉ ଚଳିବନି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କେନ୍ଦୁଝର ଲୋକସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ସାଂସଦ ଓ ସମସ୍ତ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଆଶୀର୍ବାଦ କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେୱ।ଇ, ମିଶନ ଶକ୍ତି, ଲକ୍ଷ୍ମୀ ବସ୍‌, ମମତା, ୫-ଟି ସ୍କୁଲ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‌ସନ, ଚାଉଳ କାର୍ଡ ଇତ୍ୟାଦି ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନାର ସୁଫଳ ସଂପର୍କରେ ଜନମତ ନେଲେ ମୁଖ୍ୟମନ୍ତ୍ରୀ। ନବୀନ ପଟ୍ଟନାୟକ ଭଲ କି ବୋଲି ପଚାରିଥିଲେ । ଭାବବିହ୍ବଳପୂର୍ଣ୍ଣ ‘ହଁ’ ରେ ପ୍ରତିଧ୍ବନିତ ହୋଇଥିଲା ସଭାସ୍ଥଳ । ଜୁଲାଇରୁ ବିଜୁଳ ବିଲ୍‌ ଆସିବ ନାହିଁ, ବିଜୁ ଜନତା ଦଳ ସରକାର ମାଗଣାରେ ବିଜୁଳି ଦେବ ବୋଲି କହି ଆପଣଣାନେ ଖୁସି ତ ବୋଲି ଲୋକଙ୍କୁ ପଚାରିଥିଲେ ନବୀନ। ପୁରୀ ପରିକ୍ରମା ପ୍ରକଳ୍ପ କାମ ଓ ମା’ ସମଲେଇ ପ୍ରକଳ୍ପ କାମ ଭଲ ହୋଇଛି କି ନାହିଁ ପଚାରିଥିଲେ । ବହୁତ ଭଲ ବୋଲି ଉଚ୍ଚ ସ୍ବରରେ ଉତ୍ତର ଦେଲେ ଜନତା ।

    ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ବିଶାଳ ହୃଦୟରେ ସବୁଠାରୁ ଭଲ ଜାଗାରେ ଅଛନ୍ତି ଆଦିବାସୀ ଭାଇଭଉଣୀମାନେ । ସେମାନଙ୍କର କଳା, ସଂସ୍କୃତି, ପୂଜାସ୍ଥଳୀର ରକ୍ଷଣାବେକ୍ଷଣ ଓ ବିକାଶ ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି, ଭାରତବର୍ଷର କୌଣସି ରାଜ୍ୟରେ ହୋଇନାହିଁ । ଆଦିବାସୀ ଭାଇଭଉଣୀମାନଙ୍କ ଉପରୁ ୫୦ ହଜାର ଛୋଟ ବଡ ପୋଲିସ କେସ୍‌ ରଦ୍ଦ କରିଛନ୍ତି । ଜଙ୍ଗଲ ଉପରେ ନିର୍ଭରଶୀଳ ଆଦିବାସୀ ଭାଇଭଉଣୀମାନେ ଠକାମୀର ଶିକାର ନ ହେବା ପାଇଁ ‘ଲାଭ’ ଯୋଜନା ଆରମ୍ଭ କରିଛନ୍ତି । ଏହାଦ୍ବାରା ସେମାନେ ଜଙ୍ଗଲ ଜାତ ଦ୍ରବ୍ୟର ଉଚିତ ମୂଲ୍ୟ ପାଉଛନ୍ତି । ହଜାର ହଜାର ହଷ୍ଟେଲ ମାଧ୍ୟମରେ ଲକ୍ଷ ଲକ୍ଷ ଆଦିବାସୀ ପିଲା ପାଠ ପଢୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଆସି ନିର୍ବାଚନ ପାଇଁ ଏଠାରେ ବୁଲୁଛନ୍ତି । ସେମାନଙ୍କୁ ପଚାରନ୍ତୁ, ତାଙ୍କ ରାଜ୍ୟରେ ସେମାନେ ଏଭଳି କିଛି କରିଛନ୍ତି କି? ଏଠାରେ ଆସି ବଡ ବଡ କଥା କହୁଛନ୍ତି । ୧୦ ବର୍ଷ ତଳେ ବିଜେପି କହିଥିଲା ଆମେ କ୍ଷମତାକୁ ଆସିଲେ ଦରଦାମ କମାଇବୁ, ରୋଜଗାର ବୃଦ୍ଧି କରିବୁ, କିଛି କଲେ ନାହିଁ, ଏବେ ଆସି ଭୋଟ ପାଇଁ ମିଛ କଥା କହୁଛନ୍ତି, ଅପପ୍ରଚାର କରୁଛନ୍ତି ବୋଲି ପାଣ୍ଡିଆନ କହିଥିଲେ। ଏମାନେ ଲୋକଙ୍କ ପାଇଁ କାମ କରନ୍ତି ନାହିଁ । ଭୋଟ ପାଇଁ ମିଛ କଥା କୁହନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.3 ° C
    27.3 °
    27.3 °
    85 %
    1.6kmh
    100 %
    Thu
    27 °
    Fri
    27 °
    Sat
    27 °
    Sun
    28 °
    Mon
    30 °

    ସମ୍ବନ୍ଧିତ