Monday, March 30, 2026
40.5 C
Odisha

    ସରକାରୀ ମହିଳା କର୍ମଚାରୀଙ୍କୁ ନବୀନଙ୍କ ବଡ ଭେଟି , ୧୦ ଦିନ ଅଧିକ ସାମୟିକ ଛୁଟି ଘୋଷଣା କଲେ ନବୀନ

    ଆଗକୁ ପଢନ୍ତୁ

    ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର । ଏଣିକି ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ବାର୍ଷିକ ୧୦ ଦିନ ଅଧିକ ସାମୟିକ ଛୁଟି । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ  ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ପାଇପାରିବେ । ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟାକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।ଏହାପୂର୍ବରୁ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    40.5 ° C
    40.5 °
    40.5 °
    13 %
    3.6kmh
    4 %
    Mon
    40 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ