Saturday, September 12, 2026
24 C
Odisha

    ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ରାଜ୍ୟରେ ଆଉ ୨୨ଟି ନୂଆ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ଏନଏସି ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି , ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ , ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ଏନଏସି ଘୋଷଣା କରାଯାଇଛି ।5-T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ଟି ନୂଆ ମ୍ୟୁନିସପାଲିଟି ଗଠନ ବିଷୟ ଘୋଷଣା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    97 %
    2.2kmh
    100 %
    Fri
    24 °
    Sat
    25 °
    Sun
    30 °
    Mon
    31 °
    Tue
    30 °

    ସମ୍ବନ୍ଧିତ